ଦେଶର ପାଓ୍ବାରଫୁଲ ୧୦ ଡିଜି, କାଲି ହେବ ରଣନୀତି, ଶତ୍ରୁପକ୍ଷ…

ଭୁବନେଶ୍ୱର,୨୯।୧୧: ଭୁବନେଶ୍ୱରରେ ହେବ ରଣନୀତି। ସାବାଡ ହେବେ ଶତ୍ରୁ। ଟପ୍‌ ପୋଲିସ ଅଫିସରଙ୍କ ସହ ରଣନୀତି ପ୍ରସ୍ତୁତ କରିବେ ଅଜିତ ଡୋଭାଲ। ତାଙ୍କ ନାଁ ଉଣା ଅଧିକେ ସମନ୍ତେ ଶୁଣିଥିବେ। ହେଲେ ସେ କୌଣସି ସାଧାରଣ ବ୍ୟକ୍ତି ନୁହଁନ୍ତି ବରଂ ଡୋଭାଲ ହେଉଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା। ସେ ବି ଡିଜିପି ସମ୍ମିଳନୀରେ ଯୋଗ ଦେଇଛନ୍ତି। ଆଭ୍ୟନ୍ତରିଣ ଏବଂ ବାହ୍ୟ ସୁରକ୍ଷା ନେଇ ପିଏମଙ୍କ ସହ ମନ୍ତ୍ରଣା କରୁଥିବା ଡୋଭାଲ ଏବେ ଟପ ପୋଲିସ ଅଫିସରଙ୍କୁ ମନ୍ତ୍ର ଦେବେ। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ। ସିଧା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରିପୋର୍ଟ କରନ୍ତି। ପିଏମଙ୍କ ସହ ଉଭୟ ଆଭ୍ୟନ୍ତରିଣ ଏବଂ ବାହ୍ୟ ସୁରକ୍ଷା ନେଇ ମନ୍ତ୍ରଣା କରିଥାନ୍ତି ଡୋଭାଲ।

ତେବେ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ସବୁ ରାଜ୍ୟର ହାପ୍ରୋଫାଇଲ ମୁଖିଆ।
ଆଜିଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ପୋଲିସ ମହାନିର୍ଦ୍ଦେଶକଙ୍କ ମହାସମ୍ମିଳନୀ। ଏହି ତିନି ଦିନିଆ ସର୍ବଭାରତୀୟ ସମ୍ମିଳନୀରେ ବିଭିନ୍ନ ରାଜ୍ୟର ପୋଲିସ ମୁଖିଆ ଯୋଗ ଦେଇଥିବାବେଳେ, ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ତେବେ

ଏହି କନଫରେନ୍ସରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ମୋଦିଙ୍କ ସ୍ବତନ୍ତ୍ର ସଚିବ ପିକେ ମିଶ୍ରଙ୍କ ସହ ପରାମର୍ଶଦାତା ତରୁଣ କପୁର। ମହାସମ୍ମିଳନୀରେ ବି ଯୋଗ ଦେଉଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ କେନ୍ଦ୍ର ଗୃହ ସଚିବ ଗୋବିନ୍ଦ ମୋହନ।

ଦିଲ୍ଲୀ ଦରବାରରେ ସବୁଠୁ ପାୱାରଫୁଲ ଓଡ଼ିଆ ଅଫିସର ପିକେ ମିଶ୍ର। କୁହାଯାଏ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ରଣନୀତିକାରଙ୍କ ମଧ୍ୟରୁ ଅନ୍ୟତମ। ସେହିପରି ସମ୍ମିଳନୀରେ ଯୋଗ ଦେଇଛନ୍ତି ଭାରତୀୟ ଗୁଇନ୍ଦା ବ୍ୟୁରୋର ନିର୍ଦ୍ଦେଶକ ତପନ କୁମାର ଡେକା ଏବଂ ପ୍ରମୁଖ ବୈଷୟିକ ଗୁଇନ୍ଦା ଏଜେନ୍ସି ନ୍ୟାସନାଲ ଟେକ୍ନିକାଲ ଇଣ୍ଟେଲିଜେନ୍ସ ଅର୍ଗାନାଇଜେସନ- ଏନଟିଆରଓର ଅଧ୍ୟକ୍ଷ ଅରୁଣ କୁମାର ସିହ୍ନା। ସେହିପରି ଦେଶର ପ୍ରମୁଖ ତଦନ୍ତକାରୀ ସଂସ୍ଥା ସିବିଆଇ ନିର୍ଦ୍ଦେଶକ ପ୍ରବୀଣ ସୂଦ ମଧ୍ୟ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକର ଅଂଶ ପାଲଟିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri