୬ ଘଣ୍ଟାରେ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ଛେଚିବ…

ଭୁବନେଶ୍ୱର,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ପେଙ୍ଗାଲ। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗାଲ ଭୟଙ୍କର ରୂପ ଧାରଣ କରିଛି । ଅପରାହ୍ନଣ ୨ଟା ୩୦ରେ ବାତ୍ୟାର ରୂପ ନେଇଛି ଗଭୀର ଅବପାତ। ତେବେ ତାମିଲନାଡୁରେ ଯେଉଁ ଝଡ଼ ସୃଷ୍ଟି ହେବାର ଆଶଙ୍କା ରହିଛି ହଠାତ୍‌ ଏହାର ଦିଗ ବଦଳାଇଥିବା ସୂଚନା ମିଳିଛି । ଏହା ଘଣ୍ଟା ପ୍ରତି ୩ କିଲୋମିଟରରୁ ୧୦ କିଲୋମିଟର ବେଗରେ ଗତି କରୁଛି । ତେବେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଏହା ଏକ ଭୟଙ୍କର ଘୂର୍ଣ୍ଣିବଳୟ। ଏହା ଉତ୍ତର ଦିଗକୁ ଯିବାର ସମ୍ଭାବନା ଅଛି । ଏହା ୩୦ ତାରିଖରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ଆଶା କରାଯାଉଛି ।

ବାତ୍ୟା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପ ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ବଳ୍ପ ବର୍ଷା ହୋଇପାରେ। ଏଥିସହ ପାଗ ମେଘୁଆ ରହିବାର ସମ୍ଭାବନା ରହିଛି।

ଠିକ ସେହିପରି ୩୦ ଓ ୧ତାରିଖରେ ମଧ୍ୟ କିଛି ଜିଲାରେ ହାଲକାରୁ ମଧ୍ୟମ ଧରଣରବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ପାଗ ମେଘୁଆ ରହିବା ସହିତ ଗୋଟିଏରୁ ଦୁଇଟି ସ୍ଥାନାରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି। ତା’ସହ ପାଗ ମେଘୁଆ ରହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri