Posted inଜାତୀୟ

ଶାନ୍ତି ବଜାୟ ରଖିବାକୁ ୟୁପି ସରକାରଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦ା୧୧: ଉତ୍ତରପ୍ରଦେଶର ସମ୍ଭଲରେ ଥିବା ମୋଗଲ ଯୁଗର ଶାହି ଜାମା ମସ୍‌ଜିଦ ମାମଲାରେ ସମସ୍ତ କାର୍ଯ୍ୟାନୁଷ୍ଠାନ ଓ ସର୍ଭେକୁ ସାମୟିକ ଭାବେ ବନ୍ଦ ରଖିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ସମ୍ଭଲ ଟ୍ରାଏଲ୍‌ କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ହିଂସା ପ୍ରଭାବିତ ସମ୍ଭଲରେ ଶାନ୍ତି ଓ ସଦ୍‌ଭାବ ବଜାୟ ରଖିବା ପାଇଁ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ମସ୍‌ଜିଦ ସ୍ଥାନରେ ପୂର୍ବରୁ ହରିହର ମନ୍ଦିର ଥିଲା। ମୋଗଲ ସମ୍ରାଟ ବାବର ୧୫୨୬ରେ ଏହାକୁ ଭାଙ୍ଗି ମସ୍‌ଜିଦ ନିର୍ମାଣ କରିଥିବା ହିନ୍ଦୁପକ୍ଷ ଦାବି କରିଥିବାବେଳେ ଗତ ୧୯ରେ ସମ୍ଭଲର ସିଭିଲ ଜଜ୍‌ (ସିନିୟର ଡିଭିଜନ)ଙ୍କ କୋର୍ଟ ମସ୍‌ଜିଦର ସର୍ଭେ ପାଇଁ ଆଡଭୋକେଟ କମିଶନରଙ୍କୁ କହିଥିଲେ। ୨୪ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ସର୍ଭେ କାର୍ଯ୍ୟ ଆରମ୍ଭ ହେବାରୁ ଉତ୍ତେଜନା ସୃଷ୍ଟି ହୋଇଥିଲା। ଏହି ସଂଘର୍ଷରେ ୪ ଜଣଙ୍କ ଜୀବନ ଯିବା ସହ ଅନେକେ ଆହତ ହୋଇଥିଲେ। ତେବେ ସମ୍ଭଲ ଜିଲାରେ ଶାନ୍ତି ବଜାୟ ରଖିବା ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ସଞ୍ଜୟ କୁମାରଙ୍କ ଖଣ୍ଡପୀଠ କହିଛନ୍ତି। ଆଡଭୋକେଟ କମିଶନରଙ୍କ ଦ୍ୱାରା ପ୍ରସ୍ତୁତ ସର୍ଭେ ରିପୋର୍ଟକୁ ଜଉମୁଦ ଲଫାପାରେ ରଖିବା ଏବଂ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ନ ଖୋଲିବାକୁ ଖଣ୍ଡପୀଠ କହିଛନ୍ତି। ସେହିପରି କୋର୍ଟ ସର୍ଭେ ନିର୍ଦ୍ଦେଶ ବିରୋଧରେ ଶାହି ଜାମା ମସ୍‌ଜିଦ କମିଟି ଦାଏର କରିଥିବା ପିଟିଶନକୁ ୩ କାର୍ଯ୍ୟ ଦିବସ ମଧ୍ୟରେ ଆଲ୍ଲାହାବାଦ ହାଇକୋର୍ଟରେ ଶୁଣାଣି ପାଇଁ ତାଲିକାଭୁକ୍ତ କରାଇବା ନିମନ୍ତେ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ସଲିସିଟର ଜେନେରାଲ କେ.ଏମ୍‌. ନଟରାଜ ଏଥିପାଇଁ ପ୍ରତିଶ୍ରୁତି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri