ସଲମାନଙ୍କ ଜନ୍ମଦିନରେ ‘ସିକନ୍ଦର’ର ପ୍ରଥମ ପୋଷ୍ଟର

ମୁମ୍ବାଇ: ଖୁବ୍‌ଶୀଘ୍ର ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ନିଜର ପରବର୍ତ୍ତୀ ବ୍ଲକ୍‌ବଷ୍ଟର ପ୍ରୋଜେକ୍ଟ ‘ସିକନ୍ଦର’ ସହ ନିଜ ପ୍ରଶଂସକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇବାକୁ ଯାଉଛନ୍ତି। ଏ. ମୁରୁଗଦାସଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ସଲମାନଙ୍କ ‘ସିକନ୍ଦର’ ଅବତାରକୁ ଦର୍ଶକମାନେ ଉତ୍ସାହର ସହ ଅପେକ୍ଷାକରି ରହିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଆସନ୍ତା ଡିସେମ୍ବର ୨୭ରେ ସଲମାନ ନିଜ ଜନ୍ମଦିନ ଅବସରରେ ‘ସିକନ୍ଦର’ ଫିଲ୍ମର ପ୍ରଥମ ପୋଷ୍ଟର ସହ ଫିଲ୍ମରେ ନିଜ ଲୁକ୍‌ ଉପରୁ ପରଦା ଉଠାଇବେ। ଫିଲ୍ମର ପ୍ରଥମ ପୋଷ୍ଟର ରିଲିଜ୍‌ ନେଇ ସଲମାନଙ୍କ ଜନ୍ମଦିନ ସର୍ବୋତ୍ତମ ସମୟ ହୋଇଥିବା ଫିଲ୍ମ ନିର୍ମାତାମାନେ ଆକଳନ କରିଛନ୍ତି। ବର୍ତ୍ତମାନ ଫିଲ୍ମରେ ଥିବା ବିଭିନ୍ନ ବିସ୍ଫୋରକ ଆକ୍ସନ୍‌ ସିନ୍‌ର ଶୁଟିଂ ହାଇଦ୍ରାବାଦରେ ଜାରି ରହିଛି। ଚଳଚ୍ଚିତ୍ରର ଅନ୍ତିମ ପର୍ଯ୍ୟାୟ ଶୁଟି ଆସନ୍ତା ବର୍ଷ ପ୍ରଥମ ଭାଗରେ ମୁମ୍ବାଇରେ ହେବାକୁ ଯାଇଛି। ଫିଲ୍ମରେ ସଲମାନଙ୍କ ବିପକ୍ଷରେ ଅଭିନେତ୍ରୀ ରଶ୍ମିକା ମନ୍ଦନାଙ୍କୁ ଦେଖିବାକୁ ମିଳିବ। ପ୍ରଥମ ଥର ପାଇଁ ରଶ୍ମିକା ଓ ସଲମାନଙ୍କ କେମେଷ୍ଟ୍ରିକୁ ଦର୍ଶକ ବଡ଼ ପରଦାରେ ଉପଭୋଗ କରିବେ। ଅନ୍ୟମାନଙ୍କ ମଧ୍ୟରେ ଅଭିନେତା ସୁନୀଲ ଶେଟ୍ଟୀ, ଶର୍ମନ ଜୋଷୀ ଏବଂ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲଙ୍କୁ ମଧ୍ୟ ‘ସିକନ୍ଦର’ ଫିଲ୍ମରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri