ଡିଜିପି ସମ୍ମିଳନୀ:ଲୋକସେବା ଭବନରେ ପହଞ୍ଚିଲେ ମୋଦି, ଶାହା

ଭୁବନେଶ୍ୱର,୩୦।୧୧: ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଶନିବାର ରାଜଭବନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ୍‌ ଶାହା, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ପ୍ରମୁଖ ଲୋକସେବା ଭବନରେ ପହଞ୍ଚିଛନ୍ତି।
ଶୁକ୍ରବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଉଦ୍‌ଘାଟନ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଜାତୀୟ ସୁରକ୍ଷା ପରାମର୍ଶଦାତା, ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ, ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ଡିଜିପି ଏବଂ କେନ୍ଦ୍ରୀୟ ପୋଲିସ ସଙ୍ଗଠନର ମୁଖ୍ୟମାନେ ଯୋଗଦେଇଛନ୍ତି। ସମ୍ମିଳନୀରେ ଆଭ୍ୟନ୍ତରୀଣ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ଦେଶର ଶ୍ରେଷ୍ଠ ଥାନା ଓ ପୋଲିସ ଅଧିକାରୀମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଯୋଗଦେବେ।
ନଭେମ୍ବର ୨୯ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଏହି ୩ ଦିନିଆ ସମ୍ମିଳନୀରେ ଆତଙ୍କବାଦ ମୁକାବିଲା, ବାମପନ୍ଥୀ ଉଗ୍ରବାଦ, ଉପକୂଳ ସୁରକ୍ଷା, ନୂଆ ଅପରାଧ ଆଇନ, ନାର୍କୋଟିକ୍ସ ସମେତ ଜାତୀୟ ନିରାପତ୍ତାର ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହେବ। ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପୋଲିସ ପଦକ ପ୍ରଦାନ କରାଯିବ।
ଏହି ସମ୍ମିଳନୀ ଦେଶର ବରିଷ୍ଠ ପୋଲିସ ପେସାଦାର ଏବଂ ସୁରକ୍ଷା ପ୍ରଶାସକମାନଙ୍କୁ ବିଭିନ୍ନ ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗ ତଥା ଭାରତରେ ପୋଲିସ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିଚାଳନାଗତ, ଭିତ୍ତିଭୂମି ଏବଂ କଲ୍ୟାଣ ସମ୍ବନ୍ଧୀୟ ସମସ୍ୟା ଉପରେ ମୁକ୍ତ ଭାବରେ ଆଲୋଚନା ଓ ବିତର୍କ କରିବା ପାଇଁ ଏକ ମତ ବିନିମୟ ମଞ୍ଚ ପ୍ରଦାନ କରିବ। ଆଭ୍ୟନ୍ତରୀଣ ନିରାପତ୍ତା ବିପଦ ବ୍ୟତୀତ ଅପରାଧ ନିୟନ୍ତ୍ରଣ ଏବଂ ଆଇନ ଶୃଙ୍ଖଳା ପରିଚାଳନା ସମ୍ବନ୍ଧୀୟ ଆହ୍ବାନର ମୁକାବିଲା ପାଇଁ ବୃତ୍ତିଗତ ଅଭ୍ୟାସ ଏବଂ ପ୍ରକ୍ରିୟାର ପ୍ରସ୍ତୁତି ଓ ଆପୋସ ବିନିମୟ ଉପରେ ଆଲୋଚନା ହେବ।
ଡିଜିପି ସମ୍ମିଳନୀ ପ୍ରତି ପ୍ରଧାନମନ୍ତ୍ରୀ ସର୍ବଦା ଗଭୀର ଆଗ୍ରହ ଦେଖାଇଛନ୍ତି। ପ୍ରଧାନମନ୍ତ୍ରୀ କେବଳ ସମସ୍ତ ଯୋଗଦାନକୁ ଧ୍ୟାନର ସହ ଶୁଣନ୍ତି ନାହିଁ ବରଂ ଖୋଲା ଓ ଅନୌପଚାରିକ ଆଲୋଚନାର ବାତାବରଣକୁ ପ୍ରୋତ୍ସାହିତ କରନ୍ତି, ଯାହା ନୂତନ ଚିନ୍ତାଧାରା ସୃଷ୍ଟି କରିବାରେ ସହାୟକ ହୋଇଥାଏ। ଚଳିତବର୍ଷ ଏହି ସମ୍ମିଳନୀରେ କିଛି ଅଭିନବ ବୈଶିଷ୍ଟ୍ୟ ମଧ୍ୟ ଯୋଡ଼ାଯାଇଛି। ଯୋଗ ଅଧିବେଶନ, ବ୍ୟବସାୟ ଅଧିବେଶନ, ବ୍ରେକ୍‌ ଆଉଟ୍‌ ଅଧିବେଶନ ଏବଂ ବିଷୟବସ୍ତୁଭିତ୍ତିକ ଡାଇନିଂ ଟେବୁଲ ଆଲୋଚନା ଠାରୁ ଆରମ୍ଭ କରି ସମ୍ପୂର୍ଣ୍ଣ ଦିନକୁ ପ୍ରଭାବଶାଳୀ ଭାବରେ ଉପଯୋଗ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏହାଦ୍ୱାରା ବରିଷ୍ଠ ପୋଲିସ ଅଧିକାରୀମାନେ ଗୁରୁତ୍ୱପୂର୍ଣ୍ଣ ପଲିସି, ଆଭ୍ୟନ୍ତରୀଣ ନିରାପତ୍ତା ପ୍ରସଙ୍ଗରେ ସେମାନଙ୍କର ଦୃଷ୍ଟିକୋଣ ଏବଂ ପରାମର୍ଶ ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିବାର ଏକ ସୁଯୋଗ ପାଇବେ।
ସୂଚନାଯୋଗ୍ୟ, ୨୦୧୪ ପରଠାରୁ ପୋଲିସ ଡିଜିପି ଓ ଆଇଜି ସମ୍ମିଳନୀ ସାରା ଦେଶରେ ଆୟୋଜନ କରିବାକୁ ପ୍ରଧାନମନ୍ତ୍ରୀ ପ୍ରୋତ୍ସାହିତ କରି ଆସୁଛନ୍ତି। ଏହା ପୂର୍ବରୁ ଆସାମର ଗୁଆହାଟୀ, କଚ୍ଛର ରଣ (ଗୁଜରାଟ), ହାଇଦ୍ରାବାଦ (ତେଲଙ୍ଗାନା), ଟେକନପୁର (ଗ୍ବାଲିୟର, ମଧ୍ୟପ୍ରଦେଶ), ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ (କେୱଡିଆ, ଗୁଜରାଟ), ପୁଣେ (ମହାରାଷ୍ଟ୍ର), ଲକ୍ଷ୍ନୌ (ଉତ୍ତରପ୍ରଦେଶ), ନୂଆଦିଲ୍ଲୀ ଏବଂ ଜୟପୁର (ରାଜସ୍ଥାନ)ରେ ଅନୁଷ୍ଠିତ ହୋଇଛି। ଏହି ପରମ୍ପରାକୁ ବଜାୟ ରଖି ଭୁବନେଶ୍ୱର (ଓଡ଼ିଶା)ଠାରେ ଏଥର ୫୯ତମ ପୋଲିସ ଡିଜିପି ଓ ଆଇଜି ସମ୍ମିଳନୀ ୨୦୨୪ ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri