ଖୋଲିଲା ଇକୋ ରିଟ୍ରିଟ୍‌, ଛୁଟିଲା ପର୍ଯ୍ୟଟକଙ୍କ ସୁଅ

ଦାରିଙ୍ଗବାଡ଼ି,୧ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଚତୁର୍ଥ ଥର ପାଇଁ ଇକୋ ରିଟ୍ରିଟ୍‌ ରବିବାର ଖୋଲିଛି। ଇକୋ ରିଟ୍ରିଟ୍‌ର ଅଧ୍ୟକ୍ଷ ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ମୁଖ୍ୟ ଅତିଥି ଭାବେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟତମ ଅତିଥିଙ୍କ ମଧ୍ୟରେ ମୁଖ୍ୟବକ୍ତା ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବାଲିଗୁଡା ଉପଜିଲାପାଳ ଡଃ ରୀନା ପ୍ରଧାନ, ଫୁଲବାଣୀ ଉପଜିଲାପାଳ ଚିତ୍ତରଞ୍ଜନ ମହନ୍ତ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ତହସିଲଦାର ଶରତ ଶବର, ଜିଲା ପର୍ଯ୍ୟଟନ ଅଧିକାରୀ କୁମୁଦିନୀ ମଲିକ, ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ଦାରିଙ୍ଗବାଡ଼ି ଆଇଆଇସି ଅଶୋକ କୁମାର ହାଁସଦାଙ୍କ ସମେତ ସନ୍ତୋଷ ସାହୁ, ଅରୁଣ ପ୍ରଧାନ, ପିଟର ଦିଗାଲ, ହରେନ କୁମାର ସାହୁ ପ୍ରମୁଖ ଯୋଗଦେଇଥିଲେ।

ଏହି ଅବସରରେ ବାଲିଗୁଡ଼ା ଉପଜିଲାପାଳ ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ରର ରୂପରେଖ ବଦଳୁଛି। ଆଗାମୀ ଦିନରେ ଆହୁରି ବ୍ୟାପକ ଭାବେ ରୂପାନ୍ତର କରାଯିବା ସହ ସୌନ୍ଦର୍ଯ୍ୟ କରାଯିବ। ଏଥିସହ ପର୍ଯ୍ୟଟକଙ୍କ ସାମାଜିକ ସୁରକ୍ଷା ସହ ମୌଳିକ ସୁବିଧା ପ୍ରଦାନ କରାଯିବ ବୋଲି କହିଥିଲେ। ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍‌ ଉଦ୍‌ଘାଟନ ସମୟରେ କୁହୁଡ଼ି ଚାଦର ତଳେ ଦାରିଙ୍ଗବାଡ଼ି ରହିଥିବା ବେଳେ କୁହୁଡି ସହ କୋହଲା ପାଗ ଯୋଗୁ ଶୀତ ଦ୍ବିଗୁଣିତ ହୋଇଥିଲା। ତେଣୁ ଦାରିଙ୍ଗବାଡ଼ିକୁ ଅତିଥିମାନେ ଓଡ଼ିଶାର କଶ୍ମୀର ଭାବେ ବିବେଚନା କରିଥିଲେ। ଇକୋ ରିଟ୍ରିଟ୍‌କୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥିବାବେଳେ ଏହାକୁ ଦେଖି ବହୁତ ଖୁସି ଅନୁଭବ ବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri