ଗାଁରେ ପଶି ଲୋକଙ୍କୁ ଗୋଡ଼ାଇଲେ ହାତୀପଲ

ଭଞ୍ଜନଗର,୧ା୧୨(ବାବୁଲା ପ୍ରଧାନ): ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଗାଲେରି ରେଞ୍ଜ ଅଧୀନ ରାଣୀକିଆରୀ ନୂଆପଲ୍ଲୀ ଗାଁରେ ଏକ ହାତୀପଲ ପଶି ୬ଟି ଚାଳଛପର ଘର ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି।

ଏଥିସହ ହାତୀପଲ ଚାଷୀଙ୍କ ୧୫ବସ୍ତା ଧାନ, ୨ ବସ୍ତା ଚାଉଳ ଖାଇବା ସହ ଘରେ ଥିବା ଆସବାପତ୍ର ନଷ୍ଟ କରିଦେଇଛନ୍ତି । ହାତୀପଲ ଆସିବା ଜାଣି ଲୋକେ ଘରୁ ବାହାରକୁ ପଲାଇଥିବାରୁ ସେମାନେ ରକ୍ଷା ପାଇଯାଇଛନ୍ତି। ଖବରପାଇ ଡିଏଫଓ ହିମାଂଶୁ ଶେଖର ମହାନ୍ତି ଆବଶ୍ୟକ ପଦକ୍ଷେପ ନେବା ପାଇଁ ରେଞ୍ଜର ଆଶାଲତା ଦିଗାଲଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରେଞ୍ଜର ଅନ୍ୟ କର୍ମଚାରୀଙ୍କୁ ଧରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। କ୍ଷତିଗ୍ରସ୍ତ ପରିବାର ଲୋକଙ୍କୁ କିଭଳି ସରକାରୀ ସହାୟତା ମିଳିପାରିବ ସେ ନେଇ ପଦକ୍ଷେପ ନିଆଯାଇଛି।

ଗାଁର ଭାସି ମଲ୍ଲିକ, ସତ୍ୟ ମଲ୍ଲିକ, ଦିଲୀପ ମଲ୍ଲିକ, ପଞ୍ଚାନନ ମଲ୍ଲିକ, ସୁଶାନ୍ତ ମଲ୍ଲିକଙ୍କ ପରିବାର କ୍ଷତିଗ୍ରସ୍ତ ହୋଇଛନ୍ତି। ହାତୀପଲ ଫେରିବା ବାଟରେ ରାଣୀକିଆରି ବଡ଼ରାଉଳ ମନ୍ଦିର କାନ୍ଥ ଓ ସିଂହ ମୂର୍ତ୍ତି ଭାଙ୍ଗି ଦେଇଛନ୍ତି। ଏପରିକି ଜମିରେ ପଶି ଧାନ ଫସଲ ନଷ୍ଟ କରିଛନ୍ତି।

୨୬ ଟିକିଆ ହାତୀପଲ ନୂଆପଲ୍ଲୀ ଗ୍ରାମ ଅଭିମୁଖେ ଚାଲି ଆସିଥିଲେ। ଗ୍ରାମବାସୀଙ୍କଠାରୁ ସୂଚନା ପାଇ ବନ କର୍ମଚାରୀ ମଧ୍ୟ ସେଠାରେ ପହଞ୍ଚି ଥିଲେ। ଗ୍ରାମବାସୀ ଏବଂ କର୍ମଚାରୀମାନେ ହାତୀ ଘଉଡ଼ାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ହାତୀ ହିଂସ୍ର ହୋଇ ଗୋଡ଼ାଇବାରୁ ଲୋକେ ଦୌଡ଼ି ପଳାଇ ଜୀବନ ବଞ୍ଚାଇଥିଲେ। ସୂଚନାଯୋଗ୍ୟ, ଘୁମୁସର ଉତ୍ତର ବନଖଣ୍ଡରେ ପ୍ରାୟ ୯୯ ହାତୀ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri