ରେକର୍ଡ ପରିମାଣର ଟିକସ ଆଦାୟ

ନୂଆଦିଲ୍ଲୀ,୨।୧୨: ପ୍ରତି ମାସ ଭଳି ଚଳିତ ମାସ ମଧ୍ୟ ରେକର୍ଡ ପରିମାଣର ଟିକସ ଆଦାୟ ହୋଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ଅଷ୍ଟମ ମାସରେ ୧.୮୨ ଲକ୍ଷ କୋଟି ଟଙ୍କାର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ରବିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷର ୮ମ ମାସରେ ଦେଶର ଜିଏସ୍‌ଟି ସଂଗ୍ରହ ୧,୮୨,୨୬୯କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି। ବିଶେଷ କରି ୨୦୨୩-୨୪ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣଠାରୁ ଏହା ୮.୫% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ନଭେମ୍ବର ମାସରେ ସଂଗୃହୀତ ଟିକସ ପରିମାଣ ୧,୬୭,୯୨୯ କୋଟିଠାରୁ ୨୦୨୪-୨୫ ଆର୍ଥିକ ବର୍ଷର ନଭେମ୍ବର ମାସରେ ୧,୮୨,୨୬୯ କୋଟି ଟଙ୍କାର ଟିକସ ସଂଗୃହୀତ ହୋଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ସେହିଭଳି ଚଳିତ ଆର୍ଥିକ ବର୍ଷର ୮ମ ମାସ ବା ନଭେମ୍ବରରେ ମୋଟ ୧,୮୨,୨୬୯ କୋଟି ଟଙ୍କା ଜିଏସ୍‌ଟି ଆକାରରେ ସଂଗ୍ରହ କରାଯାଇଛି। ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ବାବଦରେ ୩୪,୧୪୧ କୋଟି ଟଙ୍କା ଆଦାୟ ହୋଇଥିବାବେଳେ ରାଜ୍ୟ ଟିକସ (ଏସ୍‌ଜିଏସଟି) ବାବଦକୁ ୪୩,୦୪୭ କୋଟି ଆଦାୟ ହୋଇଛି। ସେହିଭଳି ଆଇଜିଏସଟି ବାବଦକୁ ମୋଟ ୯୧,୮୨୮କୋଟି ଟଙ୍କା ଏବଂ ସେସ ବାବଦରେ ୧୩,୨୫୩ କୋଟି ଟଙ୍କା ଟିକସ ଆକାରରେ ସଂଗ୍ରହ କରାଯାଇଛି।
ସେହିପରି ଚଳିତ ଆର୍ଥିକ ବର୍ଷର ୮ମ ମାସରେ ଓଡ଼ିଶାରୁ ୪୭୦୪ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଥିଲାବେଳେ ଗତ ବର୍ଷ ଏହି ଅବଧି ମଧ୍ୟରେ ୪୨୯୫ କୋଟି ଟଙ୍କାର ଟିକସ ଆଦାୟ ହୋଇଥିଲା। ୨୦୨୩-୨୪ ଆର୍ଥକ ବର୍ଷର ନଭେମ୍ବରରେ ସଂଗ୍ରହ କରାଯାଇଥିବା ଟିକସ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷ ନଭେମ୍ବରରେ ସଂଗୃହୀତ ଟିକସ ପରିମାଣ ପ୍ରାୟ ୧୦% ଅଧିକ ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।
ଅପରପକ୍ଷରେ ୨୦୨୪-୨୫ ଆର୍ଥିକ ବର୍ଷର ଏପ୍ରିଲରୁ ନଭେମ୍ବର ମଧ୍ୟରେ ମୋଟ ୧୪.୫୭ ଲକ୍ଷ କୋଟି ଟଙ୍କା ଜିଏସଟି ଆକାରରେ ସଂଗ୍ରହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri