ଦଳି ଚକଟି ବ୍ୟାପକ ଫସଲ ନଷ୍ଟକଲେ ହାତୀପଲ

ଲାଞ୍ଜିଗଡ଼,୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ଦୀର୍ଘଦିନ ହେଲା ଜଙ୍ଗଲି ହାତୀଙ୍କ ଉପଦ୍ରବ ବୃଦ୍ଧି ପାଇଥିବା ବେଳେ ପୁଣି ଗତ ଶନିବାର ଏବଂ ରବିବାର ବିଳମ୍ବିତ ରାତିରେ ଏକ ୧୦ ଟିକିଆ ହାତୀପଲ ମୂଷାନାଳ ବନ ବିଭାଗ ଅଧୀନରେ ଥିବା ଲାଖବାହାଲି ପଞ୍ଚାୟତର କମଲେଇ ଗାଁରେ ବ୍ୟାପକ ଫସଲ ନଷ୍ଟ କରିଛନ୍ତି। ଦୀର୍ଘଦିନ ହେବ ବିଶ୍ୱନାଥପୁର ରେଞ୍ଜରେ ଥିବା ଲାଞ୍ଜିଗଡ଼, ବେନଗାଁ, ତ୍ରିଲୋଚନପୁର, ଲାଖବାହାଲି ବିଜେପୁର, କଦମଗୁଡ଼ା, ବେକୁମଖାଲ ଓ ଭୁର୍ତ୍ତିଗଡ଼ ପଞ୍ଚାୟତରେ ନିୟମିତ ଭାବେ ଜଙ୍ଗଲୀ ହାତୀଙ୍କ ଉପଦ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଅନେକ ଲୋକଙ୍କ ଜନ ଜୀବନ ସମେତ ଲୋକଙ୍କ ଘର, ଭାଙ୍ଗି ଆସବାବପତ୍ର ନଷ୍ଟ କରୁଥିବା ଚିତ୍ର ସାମ୍ନାକୁ ଆସୁଛି।
ସୂଚନାନୁସାରେ, ଶନିବାର ଏବଂ ରବିବାର ବିଳମ୍ବିତ ରାତିରେ ଏକ ୧୦ ଟିକିଆ ହାତୀପଲ କମଲେଇ ଗାଁକୁ ପଶି ଗାଁମୁଣ୍ଡରେ ହାତୀପଲ ଭୀଷଣ ଶବ୍ଦ କରିଥିଲେ। ଏହାପରେ ରାତିସାରା ଗାଁର ସୁଶାନ୍ତ ମାଝୀ, ଜିରାଣା ମାଝୀ, ବାଲି ମାଝୀ, ଜିତେନ୍ଦ୍ର ମାଝୀ, ରାମତୁ ମାଝୀ, ମଧୁ ଓ ଦୀପା ମାଝୀଙ୍କ ସମେତ ଅନେକ ଲୋକଙ୍କ ଧାନ, ମାଣ୍ଡିଆ, କୋସଳା, ବିରି ଓ କୋଳଥ ଚାଷ ନଷ୍ଟ କରିଥିବା ଜଣାପଡ଼ିଛି। ଏ ସମ୍ପର୍କରେ ସୂଚନା ପାଇବା ପରେ ରବିବାର ଏବଂ ସୋମବାର ସକାଳେ ମୂଷାନାଳ ଫରେଷ୍ଟର ଚିନ୍ତାମଣି ମାଝୀଙ୍କ ନେତୃତ୍ୱରେ ଫରେଷ୍ଟ ଗାର୍ଡ ଏବଂ ବନବିଭାଗର ଏକ ଟିମ୍‌ ଘଟଣାସ୍ଥଳକୁ ଯିବା ସହିତ କ୍ଷୟକ୍ଷତିର ଆକଳନ କରିଥିବା ସୂଚନା ମିଳିଛି। ହାତୀପଲ ଅଞ୍ଚଳରେ ଥିବା ଯୋଗୁ ଅଞ୍ଚଳବାସୀଙ୍କ ଠାରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ଏଣୁ ଏ ସମ୍ପର୍କରେ ବନବିଭାଗ ପକ୍ଷରୁ ତଦନ୍ତ କରାଯାଇ କ୍ଷତିଗ୍ରସ୍ତ ପରିବାରଙ୍କୁ ତୁରନ୍ତ କ୍ଷତିପୂରଣ ଦିଆଯିବାକୁ ଦାବି ହେଉଛି। ଏନେଇ ମୂଷାନାଳ ଫରେଷ୍ଟର ଚିନ୍ତାମଣି ମାଝୀଙ୍କୁ ପଚାରିବାରୁ ଆମ ସ୍କ୍ବାଡ୍‌ ଯାଇ କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି ଏବଂ ସରକାରଙ୍କ ପ୍ରକ୍ରିୟା ଅନୁଯାୟୀ ତାହା କାର୍ଯ୍ୟକାରୀ ହେବ ଏବଂ ସ୍କ୍ବାଡ୍‌ ହାତୀପଲର ଗତିବିଧି ଉପରେ ନଜର ରଖୁଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri