ପ୍ରତଯୋଗିତାରେ ଭାଗ ନେଇ ବାଜି ମାରିଲେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ରପଡବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭିନ୍ନକ୍ଷମ ଛାତ୍ରୀଛାତ୍ର ଆଉ ଭିନ୍ନକ୍ଷମ ନୁହଁନ୍ତି, ସେମାନେ ଏବେ ସକ୍ଷମ ହୋଇପାରିଛନ୍ତି। ସେମାନଙ୍କ ମନୋବଳ ବୃଦ୍ଧି କରିବା ସହ ସେମାନଙ୍କୁ ସକ୍ଷମ ଲୋକଙ୍କ ଭଳି ବ୍ୟବହାର କରିବା ଏବଂ ସେମାନଙ୍କୁ ଉତ୍ସାହିତ କରିବାକୁ ଲୋକଙ୍କୁ ବିରାଟ ଶୋଭାଯାତ୍ରା ମାଧ୍ୟମରେ ସଚେତନ କରାଯାଇଛି। ରାପଡାବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଶୋଭାଯାତ୍ରା ବାହାରି ଦାରିଙ୍ଗବାଡି ସହର ପରିକ୍ରମା କରାଯାଇଥିଲା । ଏଥିରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର ମାନେ ଜଣେ ସକ୍ଷମ ଛାତ୍ରୀଛାତ୍ର ମାନଙ୍କ ଭଳି ଖେଳକୁଦ, ଭଲ ପାଠ ପଢିବା ସମାଜରେ ପ୍ରତିଷ୍ଠିତ ହେବା ସହ ସେମାନଙ୍କ ଜୀବନଜୀବିକା ସ୍ବାବଲମ୍ବୀ ହୋଇପାରିଥିବା ସଚେତନ କରାଯାଇଛ। ଶୋଭାଯାତ୍ରା ପୁଣି ବିଦ୍ୟାଳୟକୁ ଫେରି ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା। କୃତି ଦିବ୍ୟାଙ୍ଗ ଛାତ୍ରୀଛାତ୍ର ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଗୋଷ୍ଠୀ ସମ୍ବଳ ଶିକ୍ଷକ ମାନସ କୁମାର ସାହୁ, ରଶ୍ମିତା ସେନାପତି, ରଞ୍ଜୁ ବଳିୟାରସିଂ, ନବୀନ ସାହୁ ସିଆରସିସି ରାକେଶ ସାହୁ ପ୍ରମୁଖ ପରିଚାଳନା କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri