Posted inଖେଳ

ଲାହୋର, କରାଚୀଠାରେ ଖେଳିବ ଶ୍ରୀଲଙ୍କା

କରାଚୀ,୨୪।୮: ଶ୍ରୀଲଙ୍କା ଦଳ ଦିନିକିଆ ସିରିଜ୍‌ ଖେଳିବା ପାଇଁ ପାକିସ୍ତାନ ଗସ୍ତ କରିବାକୁ ରାଜି ହୋଇଛି। ଏ ନେଇ ଦୁଇ ବୋର୍ଡ ମଧ୍ୟରେ ଚୁକ୍ତି ହୋଇଛି। ଏଥିଯୋଗୁ ଅକ୍ଟୋବରରେ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଏବେ ଡିସେମ୍ବରକୁ ଘୁଞ୍ଚତ୍ୟାଇଛି। ଶ୍ରୀଲଙ୍କା ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ କରାଚୀରେ ୩ ଦିନିକିଆ ଖେଳିବ। ପରେ ସମାନ ସଂଖ୍ୟକ ଟି୨୦ ମ୍ୟାଚ୍‌ ଲାହୋରଠାରେ ଖେଳାଯିବ। ପୂର୍ବରୁ ଅକ୍ଟୋବରରେ ଶ୍ରୀଲଙ୍କା ଦଳ ପାକିସ୍ତାନ ଗସ୍ତରେ ଆସି ଦୁଇ ଟେଷ୍ଟ ଖେଳିଥାନ୍ତା। ଏହାପରେ ଡିସେମ୍ବରରେ ସୀମିତ ଓଭର କ୍ରିକେଟ ସିରିଜ୍‌ ଆୟୋଜିତ ହେବାର ଥିଲା। ଦୁଇ ବୋର୍ଡ ସଭାପତି ଫୋନ ଯୋଗେ କଥାବର୍ତ୍ତା ହୋଇ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛନ୍ତି। ପିସିବି ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଶ୍ରୀଲଙ୍କା କ୍ରିକେଟ ବୋର୍ଡ (ଏସ୍‌ଏଲ୍‌ସି) ମୁଖ୍ୟ ଶାମି ସିଲଭା ରାଜିି ହୋଇଯାଇଛନ୍ତି ବୋଲି ପିସିବି ପକ୍ଷରୁ କୁହାଯାଇଛି। ଚଳିତ ମାସରେ ଏସ୍‌ଏଲ୍‌ସି ସୁରକ୍ଷା ବିଶେଷଜ୍ଞ ପାକିସ୍ତାନ ଗସ୍ତ କରି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିଲେ। ତାଙ୍କ ରିପୋର୍ଟ ପଜିଟିଭ ବାହାରିବା ପରେ ଏହା ସମ୍ଭବ ହୋଇପାରିଛି। ଉଲ୍ଲେଖଥାଉ କି, ୨୦୦୯ରେ ଶ୍ରୀଲଙ୍କା ଏକ ଅନ୍ତର୍ଜାତୀୟ ଟେଷ୍ଟ ସିରିଜ୍‌ ଲାଗି ପାକିସ୍ତାନ ଗସ୍ତ କରିଥିଲା। ସେଠାରେ ଶ୍ରୀଲଙ୍କା ଦଳର ବସ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri