ବେଆଇନ ବାଲି ଉତ୍ତୋଳନକୁ ନେଇ ଉତ୍ତେଜନା: ମେଶିନ ଛାଡ଼ି ପଳାଇଲେ ମାଫିଆ

ପାଟଣା,୭।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ତହସିଲ ଖଡ଼ିକାପଦା ପଞ୍ଚାୟତର ଗୟଳକୁଣ୍ଡ ଗାଁ ବିରଳ ନଦୀରୁ ଶୁକ୍ରବାର ବିଳମ୍ବିତ ରାତ୍ରୀରେ ବାଲିମାଫିଆ ମାନେ ଚୋରା ବାଲି ଉତ୍ତୋଳନ କରି ଚାଲାଣ କରୁଥିବା ବେଳେ ଲୋକଙ୍କ ଘୋର ବିରୋଧର ସମ୍ମୁଖୀନ ହୋଇଛନ୍ତି। ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଚୋରା ବାଲି ଚାଲାଣ ବେଳେ ବ୍ୟବହୃତ ପ୍ରକ୍ଲେନ ମେସିନ ସହ ଏକ ବାଇକକୁ ଗ୍ରାମବାସୀ ଅଟକ ରଖିଛନ୍ତି। ବାଲି ମାଫିଆମାନେ ଉତ୍ୟକ୍ତ ଲୋକଙ୍କୁ ଦେଖି ଛତ୍ର ଭଙ୍ଗ ଦେଇ ଫେରାର ହୋଇଯାଇଛନ୍ତି। ମାଫିଆ ମାନେ ବାଲି ଚାଲାଣ ସମୟରେ ମାରଣାସ୍ତ୍ର ବ୍ୟବହାର କରୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ଘଟଣାସ୍ଥଳରେ ଏହାକୁ ନେଇ ଉତ୍ତେଜନା ଲାଗିରହିଥିବା ବେଳେ ପୋଲିସ କିମ୍ବା ଖଣି ବିଭାଗ ପହଞ୍ଚି ନାହିଁ।
ସୂଚନା ଯେ, ବିରଳ ନଦୀ ସହ ପାଟଣା ତହସିଲ ଅନ୍ତର୍ଗତ ପାଟଣା ବୈତରଣୀ ନଦୀ ରାଜନଗର, କଇଣ୍ଡା, ଅଙ୍କୁରା, ନୂଆପଡ଼ା, ଦୁର୍ଗା ଦେଇପୂର, ଏରେଣ୍ଡଇ, ଡୁମୁରିଆ ଆଦି ଉତ୍ସରୁ ରାତି ଅଧରେ ବାଲି ମାଫିଆମାନେ ବାଲି ଚୋରାଚାଲାଣ କରୁଥିବାରୁ କେତେବେଳେ ବି ଏସବୁ ବାଲି ଘାଟରେ ଅପ୍ରୀତିକର ପରିସ୍ଥିତି ଘଟିପାରେ। ତହସିଲ ହାତରୁ ଲଘୁ ଖଣିଜ ସମ୍ପଦ ଖଣି ବିଭାଗ ହାତକୁ ଯିବା ପରେ ବେଆଇନ ଲଘୁ ଖଣିଜ ସଂପଦ ଚୋରି ଚାଲାଣ ବୃଦ୍ଧି ପାଇଥିବା ଆଲୋଚନା ହେଉଛି। ସୀମିତ ସଂଖ୍ୟକ କର୍ମଚାରୀଙ୍କୁ ନେଇ ଖଣି ବିଭାଗ ଚୋରିରେ ଅଙ୍କୁଶ ଲଗାଇ ପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri