ଜମି ବିବାଦରୁ ଗଡିଲା ମୁଣ୍ଡ: ଆଳୁ କିଆରୀରେ ପୁଅ ଆଗରେ ବାପାକୁ ହତ୍ୟା

ଢେଙ୍କାନାଳ,୮।୧୨: ଢେଙ୍କାନାଳ ଜିଲାରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ ଆଖି ଆଗରେ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଜିଲା ସଦର ପୋଲିସ ଅନ୍ତର୍ଗତ କୃଷ୍ଣପ୍ରସାଦ ଗ୍ରାମରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣକ କୃଷ୍ଣପ୍ରସାଦର ଚତୁର୍ଭୁଜ ଜେନା ବୋଲି ଜଣାପଡିଛି। ତାଙ୍କ ପୁଅ ଗୁରୁତର ଆହତ ହୋଇ କଟକସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ଖବର ଅନୁଯାୟୀ ଏବଂ ତାଙ୍କ ପୁଅଙ୍କୁ କୃଷ୍ଣପ୍ରସାଦ ଗାଁରେ ୧୦ ରୁ ଅଧିକ ଲୋକଙ୍କୁ ନେଇ ଏକ ଗୋଷ୍ଠୀ ଆକ୍ରମଣ କରିଥିଲେ। ଆଳୁ କ୍ଷେତରେ ଅମଳ କରୁଥିବା ସମୟରେ ସେମାନଙ୍କୁ ଆକ୍ରମଣ କରାଯାଇଥିଲା।

ଏଥିରେ ଚତୁର୍ଭୁଜ ଏବଂ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ପରେ ସେମାନଙ୍କୁ ଚିକିତ୍ସା ପାଇଁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଥିବା ଡାକ୍ତରମାନେ ଚତୁର୍ଭୁଜ ଜେନାଙ୍କୁ ମୃତ ଘୋଷଣା କରିଥିଲେ।

ଗୁରୁତର ଆହତ ଓମ ପ୍ରକାଶଙ୍କୁ ଚିକିତ୍ସା ପାଇଁ କଟକସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଜମି ବିବାଦକୁ ନେଇ ଏହି ଆକ୍ରମଣ ଓ ହତ୍ୟା କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri