Posted inଜାତୀୟ

କିଏ ସେହି ସଞ୍ଜୟ ମାଲହୋତ୍ରା, ଯିଏ ହେବେ ଭାରତୀୟ ରିଜର୍ଭ ବ୍ୟାଙ୍କର ଆଗାମୀ ଗଭର୍ନର

ନୂଆଦିଲ୍ଲୀ,୯ା୧୨:କେନ୍ଦ୍ର ସରକାର ରାଜସ୍ବ ସଚିବ ସଞ୍ଜୟ ମାଲହୋତ୍ରାଙ୍କୁ ସୋମବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ୨୬ତମ ଗଭର୍ନର ନିଯୁକ୍ତ କରିଛନ୍ତି। ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ମାଲହୋତ୍ରାଙ୍କ ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ସେ ବୁଧବାରଠାରୁ କାର୍ଯ୍ୟଭାର ଗ୍ରହଣ କରିବା ସହ ଏହି ପଦବୀରେ ୩ ବର୍ଷ ରହିବେ।
ବର୍ତ୍ତମାନର ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ମଙ୍ଗଳବାର ଶେଷ ହେଉଥିବାବେଳେ ତାଙ୍କ ସ୍ଥାନରେ ୧୯୯୦ ବ୍ୟାଚ୍‌ର ରାଜସ୍ଥାନ କ୍ୟାଡର ଆଇଏଏସ୍‌ ଅଫିସର ମାଲହୋତ୍ରା ଦାୟିତ୍ୱ ଗ୍ରହଣ କରିବେ। ସେ ଆଇଆଇଟଇ କାନପୁରରୁ କମ୍ପ୍ୟୁଟର ସାଇନ୍ସରେ ଇଞ୍ଜିନିୟରିଂ ଗ୍ରାଜୁଏଟ୍‌ ହୋଇଥିବାବେଳେ ଆମେରିକାର ପ୍ରିନ୍ସଟନ୍‌ ୟୁନିଭର୍ସିଟିରୁ ପବ୍ଲିକ୍‌ ପଲିସିରେ ସ୍ନାତକୋତ୍ତର ଡିଗ୍ରୀ କରିଛନ୍ତି। ମାଲହୋତ୍ରା ତାଙ୍କର ୩୩ ବର୍ଷରୁ ଊର୍ଦ୍ଧ୍ୱ କ୍ୟାରିୟର ମଧ୍ୟରେ ଶକ୍ତି, ଫାଇନାନ୍ସ ଏବଂ ଟିକସ ବିଭାଗ, ସୂଚନା ପ୍ରଯୁକ୍ତି, ଖଣି ଏବଂ ଅନ୍ୟାନ୍ୟ କ୍ଷେତ୍ରରେ କାର୍ଯ୍ୟ କରିଛନ୍ତି। ଏବେ ସେ ଅର୍ଥ ମନ୍ତ୍ରଣାଳୟରେ ରାଜସ୍ବ ସଚିବ ରହିଛନ୍ତି। ଏହା ପୂର୍ବରୁ ସେ ଅର୍ଥ ମନ୍ତ୍ରଣାଳୟର ଆର୍ଥତ୍କ ସେବା ବିଭାଗ ସଚିବ ରହିଥିଲେ। କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଅଧୀନରେ ଅର୍ଥ ଏବଂ ଟିକସ ବ୍ୟବସ୍ଥାରେ ତାଙ୍କର ପର୍ଯ୍ୟାପ୍ତ ଅଭିଜ୍ଞତା ରହିଛି। ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଟିକସ ସମ୍ପର୍କିତ ନୀତି ପ୍ରଣୟନରେ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା।
ସୂଚନାଯୋଗ୍ୟ, ଉର୍ଜିତ ପଟେଲଙ୍କ ଅଚାନକ ଇସ୍ତଫା ପରେ ୨୦୧୮ ଡିସେମ୍ବର ୧୨ରେ ଶକ୍ତିକାନ୍ତ ଆର୍‌ବିଆଇର ୨୫ତମ ଗଭର୍ନର ନିଯୁକ୍ତ ହୋଇଥିଲେ। ୩ ବର୍ଷର ଭାବେ କାର୍ଯ୍ୟ କରିବା ପରେ ତାଙ୍କ କାର୍ଯ୍ୟକାଳକୁ ବଢ଼ାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri