କନିଷ୍ଠ କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର,୧୦ା୧୨: ଭୁବନେଶ୍ୱର ଖଣ୍ଡଗିରି ସବ୍‌ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି (ଜୁନିୟର୍‌ କ୍ଲର୍କ) ଦେବଯାନୀ କରଙ୍କୁ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ଜଣେ ଆଇନଜୀବୀଙ୍କଠୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର କନିଷ୍ଠ କିରାଣି (ଜୁନିୟର୍‌ କ୍ଲର୍କ) ଦେବଯାନୀ ଭିଜିଲାନ୍ସ ଜାଲରେ ଧରାପଡ଼ିଥିଲେ। ଭିଜିଲାନ୍ସ ଅଧିକାରୀମାନେ ସାକ୍ଷୀଙ୍କ ଉପସ୍ଥିତିରେ ଲାଞ୍ଚ ଟଙ୍କା ଜବତ କରିଥିଲେ। ଏପରିକି ଭିଜିଲାନ୍ସ ପକ୍ଷରୁ ଦେବଯାନୀଙ୍କ ଭୁବନେଶ୍ୱର ଓଲ୍‌ଡ ଟାଉନସ୍ଥିତ ବାସଭବନ ଓ ସବ୍‌ ରେଜିଷ୍ଟ୍ରାର ଅଫିସରେ ଯାଞ୍ଚ କରାଯାଇଥିଲା।

ଯାଞ୍ଚ ବେଳେ ଅଫିସରୁ ୧୫ ଲକ୍ଷ ୮ହଜାର ୫୫୦ ନଗଦ ଟଙ୍କା ଠାବ ହୋଇଥିଲା। ସବ୍‌ ରେଜିଷ୍ଟ୍ରାର୍‌ ଅଫିସରୁ ଏତେ ପରିମାଣର ଟଙ୍କା ଠାବ ହେବାକୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଥିବା ବେଳେ ଏନେଇ କର୍ମଚାରୀମାନଙ୍କୁ ଭିଜିଲାନ୍ସ ଅଧିକାରୀମାନେ ପଚରାଉଚରା କରିଛନ୍ତି। ଏହି ଟଙ୍କାର ଉତ୍ସ ଖୋଜିବାରେ ସହଯୋଗ କରିବାକୁ କଟକସ୍ଥିତ ନିବନ୍ଧକ ମହାନିରୀକ୍ଷକ (ଆଇଜିଆର୍‌)ଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀଙ୍କୁ ଡକାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଇଛି।

ମିଳିଥିବା ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କ ପୈତୃକ ଜମିର ଅଂଶ (ସବ୍‌ ପ୍ଲଟ୍‌) ବିକ୍ରି ସମ୍ପର୍କିତ କାଗଜପତ୍ର (ଆର୍‌ଏସ୍‌ଡି) କରିବାକୁ ସବ୍‌ ରେଜିଷ୍ଟ୍ରାର୍‌ ଅଫିସରେ ଆବେଦନ କରିଥିଲେ। ଏହି କାମ ପାଇଁ ଜମି ମାଲିକଙ୍କ ବ୍ୟକ୍ତିଗତ ଓକିଲଙ୍କୁ ଦେବଯାନୀ ଲାଞ୍ଚ ମାଗି ଥିଲେ। ଲାଞ୍ଚ ଟଙ୍କା ନ ଦେଲେ କାମ ଆଗେଇବ ନାହିଁ ବୋଲି ଦେବଯାନୀ ରୋକଠୋକ୍‌ ଶୁଣାଇ ଦେଇଥିଲେ। ଏନେଇ ଆଇନଜୀବୀ ଜଣଙ୍କ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଭୁବନେଶ୍ୱର ଭିଜିଲାନ୍ସ ଥାନା ପକ୍ଷରୁ ଏନେଇ ଏକ ମାମଲା(ନଂ.୨୬/୨୦୨୪) ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା। ଏଥିସହ ଦେବଯାନୀଙ୍କୁ ଧରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଥିଲା।

ସୋମବାର ଅପରାହ୍ନରେ ଅଭିଯୋଗକାରୀଙ୍କଠୁ ଦେବଜାନୀ ଅଫିସରେ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ ଅତର୍କିତ ଚଢ଼ାଉ କରି ତାଙ୍କୁ କାବୁ କରିଥିଲେ। ତେବେ ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ପଞ୍ଜୀକୃତ ସମ୍ପର୍କିତ ଷ୍ଟାମ୍ପ୍‌ ଡ୍ୟୁଟି ଆଦିର ଟଙ୍କା ୩ ଦିନ ଭିତରେ ଜମା କରିବାର ପ୍ରାବଧାନ ରହିଛି। ଠାବ ହୋଇଥିବା ଟଙ୍କା ବେଆଇନ ନା ଏଥିରେ କିଛି ସରକାରୀ ଟଙ୍କା ରହିଛି ସେନେଇ ଅଧିକ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri