ବିଜେଡି ଇତିହାସ ଶେଷ, ଆଗାମୀ ୫୦ ବର୍ଷ ପର୍ଯ୍ୟନ୍ତ ଓଡ଼ିଶାରେ ରାଜ୍‌ କରିବ ଭାଜପା:ହିମନ୍ତ ବିଶ୍ବଶର୍ମା

ଭୁବନେଶ୍ୱର, ୧୨।୧୨: ବିଜେଡି ଇତିହାସ ଶେଷ ହୋଇଯାଇଛି। ଆଗାମୀ ୫୦ ବର୍ଷ ଯାଏ ଭାଜପା ରାଜ୍ୟରେ ଶାସନ କରିବ। ଗୁରୁବାର ଏମିତି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ପୁରୀ ଶ୍ରୀମନ୍ଦିରରେ ମହାପ୍ରମୁଙ୍କ ଦର୍ଶନ ପରେ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଓଡ଼ିଶାରେ ବିଜେଡି ଇତିହାସ ସରି ସରି ଆସୁଛି। ବିଜେପି ଆଗାମୀ ୫୦ ବର୍ଷ ଯାଏ ରାଜ୍ୟରେ ରାଜ୍‌ କରିବ, ଏଥିରେ କୌଣସି ସନ୍ଦେହ ନାହିଁ।
ସେପଟେ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ବିଡେିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଭାଜପା ଯେଉଁଦିନ ହୁଇସିଲ ମାରିବ ସେଦିନ ବିଜେଡି ଗୁଣ୍ଡ ଗୁଣ୍ଡ ହୋଇଯିବ । ଏମିତିକି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଭାଜପାକୁ ଆସିପାରନ୍ତି। ଭଗବାନ କରନ୍ତୁ ତାଙ୍କ ପାଖରେ ଲୋକ ରୁହନ୍ତୁ। ଦଳଟା ଭାଙ୍ଗିଗଲେ ଦୁଃଖ ଲାଗିବ। ଦଳଟା ଥାଉ, ଦୀର୍ଘଜୀବୀ ହୁଅନ୍ତୁ ଏବଂ ଅପମାନିତ ହୁଅନ୍ତୁ । ମୁଁ ଶତ୍ରୁକୁ ମାରିବାକୁ ଚାହେଁନି, ଜୀବନରେ ମିତ୍ରର ଯେତିକି ଆବଶ୍ୟକତା ଶତ୍ରୁର ସେତିକି ଆବଶ୍ୟକତା ଅଛି।

ବିଜେଡିକୁ ତାତ୍ସଲ୍ୟ କରି ସେ ଆହୁରି କହିଛନ୍ତି, ଭାଜପା ଚାହୁଁନି ବିଜେଡି ଭାଙ୍ଗୁ । ଆମର ଲକ୍ଷ ନୁହେଁ ବିଜେଡି ଶୂନ କରିବା । ସେମାନେ ଯଦି ଆସିବାକୁ ଚାହିଁବେ ତେବେ ସ୍ବାଗତ । ଆମର ରାଜ୍ୟ ସଭାରେ ଆବଶ୍ୟକତା ଅଛି । ଭାଜପା ଯୋଉଦିନ ହୁଇସିଲ ଫୁଙ୍କିବ ସେଦିନ ବିଜେଡି ଗୁଣ୍ଡ ଗୁଣ୍ଡ ହୋଇଯିବ । ଯେଉଁଦିନ ଚାହିଁବୁ ବିଜେଡିକୁ ଖଣ୍ଡ ଖଣ୍ଡ କରିଦେବୁ । ଗୋଟିଏ ଲୋକ ରହିବେନି । ନବୀନ ପଟ୍ଟନାୟକ ମଧ୍ୟ ପଳେଇ ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri