ଛାତ୍ରୀଙ୍କୁ ବଳାତ୍କାର ଘଟଣା: ଯୁବକଙ୍କୁ କୋର୍ଟ ଚାଲାଣ

ଗୋପାଳପୁର,୧୨ା୧୨(ନବୀନ ରାଜ ଆଚାରୀ):ଛାତ୍ରୀକୁ ଅପହରଣ ପରେ ବଳାତ୍କାର କରିବା ଘଟଣାରେ ଗୁରୁବାର ଗୋଳନ୍ଥରା ଥାନା ପୋଲିସ ବଳତ୍କାରୀକୁ ଗିରଫ କରି ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଗଜପତି ଜିଲା ଅଡ଼ବା ଥାନା ଅଧିନସ୍ଥ ଏକ ଗ୍ରାମର ସୋନିଆ ବଡ଼ ନାୟକ (୨୪)। ସୂଚନାନୁସାରେ ଗଜପତି ଜିଲା ଅଡ଼ବା ଥାନା ଅଞ୍ଚଳର ଜଣେ ନାବାଳିକା ଛାତ୍ରୀ ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ ନର୍ସିଂ କଲେଜରେ ପ୍ରଥମ ବର୍ଷର ଛାତ୍ରୀ ଥିଲେ। ଗତ ୫ ତାରିଖ ସନ୍ଧ୍ୟାରେ ନାବାଳିକା କୌଣସି କାମ ପାଇଁ ବାହାରକୁ ଯାଇଥିବା ବେଳେ ଆଉ କଲେଜକୁ ଫେରିନଥିଲେ। କଲେଜ ପକ୍ଷରୁ ଛାତ୍ରୀଙ୍କ ବାପାଙ୍କୁ ଘଟଣା ସମ୍ପର୍କରେ କହିଥିଲେ। ସ୍ଥାନୀୟ ଓ ଆଖପାଖ ସମ୍ପର୍କୀୟ ଘରେ ଖୋଜା ଖୋଜି କରିବା ପରେ ସୋନିଆ ତାଙ୍କ ଝିଅକୁ ଜୋର ଜବରଦସ୍ତ ଅପହରଣ କରିଥିବା ନେଇ ବାପା ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ଥାନା କେଶ ନଂ ୫୩୮/୨୪ ପ୍ରକାରେ ଅପହରଣ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ଭଞ୍ଜନଗର ଅଞ୍ଚଳର ଏକ ଭଡ଼ା ଘରେ ସୋନିଆ ଓ ଛାତ୍ରୀ ରହୁଥିବା ଖବର ପାଇ ଗୁରୁବାର ସକାଳେ ଏକ ପୋଲିସ ଟିମ ସେଠାରେ ଚଢ଼ାଉ କରି ସୋନିଆକୁ ଧରିବା ସହ ନାବାଳିକାକୁ ଉଦ୍ଧାର କରିଥିଲେ। ପରେ ପୋଲିସ ବ୍ରହ୍ମପୁର ବଡ଼ ମେଡିକାଲରେ ଛାତ୍ରୀ ଓ ସୋନିଆଙ୍କ ଡାକ୍ତରି ମାଇନା କରିଥିଲା। ମାମଲା ପରିବର୍ତ୍ତନ କରି ସୋନିଆକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଥାନାଧିକାରୀ ବିବେକାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି। ଅନ୍ୟପଟେ ବିଚାରପତିଙ୍କ ସମ୍ମୁଖରେ ବିଏନ୍‌ଏସ୍‌ ୧୮୩ ଧାରା ଅନୁସାରେ ବୟାନ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri