Posted inଜାତୀୟ

‘ସିଇ୨୦’ କ୍ରାୟୋଜେନିକ୍‌ ଇଞ୍ଜିନର ସଫଳ ପରୀକ୍ଷଣ

ଚେନ୍ନାଇ, ୧୨।୧୨:ମଣଭାରତୀୟ ମହାକାଶ ଗବେଷଣା ସଙ୍ଗଠନ(ଇସ୍ରୋ)କୁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ମିଳିଛି। ତାମିଲନାଡ଼ୁର ମହେନ୍ଦ୍ରଗିରୀସ୍ଥିତ ପ୍ରପଲ୍‌ସନ କମ୍ପଲେକ୍ସରୁ ଇସ୍ରୋ ବହୁ ପ୍ରତୀକ୍ଷିତ ସ୍ବେଦେଶୀ ‘ସିଇ୨୦’ କ୍ରାୟୋଜେନିକ୍‌ ଇଞ୍ଜିନର ସଫଳ ସି ଲେଭଲ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ସମୟରେ ଇଞ୍ଜିନକୁ ରିଷ୍ଟାର୍ଟ କରିବା ପାଇଁ ଜରୁରୀ ମଲ୍ଟି-ଏଲିମେଣ୍ଟ ଇଗ୍ନାଇଟରର କାର୍ଯ୍ୟଦକ୍ଷତାକୁ ମଧ୍ୟ ପରୀକ୍ଷା କରାଯାଇଥିଲା।

ସ୍ବଦେଶୀ ଭାବରେ ବିକଶିତ ହୋଇଥିବା ‘ସିଇ୨୦’ କ୍ରାୟୋଜେନିକ୍‌ ଇଞ୍ଜିନକୁ ଇସ୍ରୋର ଲିକ୍ୟୁଡ୍‌ ପ୍ରପଲସନ ସିଷ୍ଟମ ସେଣ୍ଟର ପ୍ରସ୍ତୁତ କରିଛି। ‘ସିଇ୨୦’ କ୍ରାୟୋଜେନିକ୍‌ ଇଞ୍ଜିନ ଇସ୍ରୋର ଏଲ୍‌ଭିଏମ୍‌-୩ ଲଞ୍ଚିଂ ଯାନର ଉପର ପର୍ଯ୍ୟାୟକୁ ଶକ୍ତି ପ୍ରଦାନ କରିଥାଏ। ଏହି ଇଞ୍ଜିନ ସହ ଗଗନଯାନ ମିଶନର ମଧ୍ୟ ଲଞ୍ଚିଂ କରାଯିବ। ‘ସିଇ୨୦’ କ୍ରାୟୋଜେନିକ୍‌ ଇଞ୍ଜିନର ସଫଳ ବ୍ୟବହାର ପରେ ଭାରି ସାଟେଲାଇଟଗୁଡ଼ିକୁ ପରୀକ୍ଷଣ କରିବା ପାଇଁ ଭାରତକୁ ଆଉ ଅନ୍ୟ ଦେଶମାନଙ୍କର ସହାୟତା ଆବଶ୍ୟକ ପଡ଼ିବ ନାହିଁ ବୋଲି ବୈଜ୍ଞାନିକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri