ସଂଘବଦ୍ଧ ଆକ୍ରମଣରେ ଜଣେ ଗୁରୁତର: ଯୁବକଙ୍କୁ ମାଡ଼ିବସିଲେ ଗ୍ରାମବାସୀ

ହିଞ୍ଜିଳିକାଟୁ, ୧୪।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ବୁରୁପୋଡା ହାଇସ୍କୁଲ ଛକ ନିକଟରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ପୋଡିଙ୍ଗି ଗ୍ରାମର ସିମାଞ୍ଚଳ ନାୟକ। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଗୁରୁତର ଆହତ ଯୁବକ ଜଣଙ୍କ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସାଧିନ ରହିଥିବା ଜଣାପଡିଛି। ତେବେ ଆକ୍ରମଣର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଜଣେ ଯୁବକଙ୍କୁ କାବୁ କରି ଥାନାରେ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।
ପ୍ରକାଶ ଯେ, ହିଞ୍ଜିଳି ଥାନା ବୁରୁପୋଡା ହାଇସ୍କୁଲ ଛକ ନିକଟରେ ସିମାଞ୍ଚଳ କିଛି ସାଥିଙ୍କ ଗହଣରେ ବୁଲୁଥିବା ବେଳେ ୫ଟି ମୋଟର ସାଇକେଲ ଯୋଗେ ୮/୧୦ ଜଣ ଯୁବକ ଉକ୍ତ ସ୍ଥାନରେ ପହଞ୍ଚି ସିମାଞ୍ଚଳଙ୍କୁ ହଠାତ୍‌ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଆକ୍ରମଣରେ ସୀମାଞ୍ଚଳ ଗୁରୁତର ଆହତ ହୋଇ ତଳେ ପଡି ଯାଇଥିଲେ। ତାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଅଞ୍ଚଳର ଲୋକେ ରୁଣ୍ଡ ହୋଇ ଯାଇଥିଲେ। ସ୍ଥାନୀୟ ଲୋକମାନଙ୍କୁ ଦେଖି ଆକ୍ରମଣକାରୀମାନେ ଘଟଣାସ୍ଥଳରୁ ଚମ୍ପଟ ମାରୁଥିବାବେଳେ ଜଣେ ଯୁବକଙ୍କୁ ସ୍ଥାନୀୟ ଲୋକେ କାବୁ କରିନେଇଥିଲେ। ପରେ ସେମାନେ ଉକ୍ତ ଯୁବକକୁ ହିଞ୍ଜିଳି ପୋଲିସ ହାତରେ ଜିମା ଦେଇଥିଲେ। ଆକ୍ରମଣର ପ୍ରକୃତ କାରଣ ଜଣାପଡ଼ିନାହିଁ । ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri