Posted inଜାତୀୟ

ବିଗିଡିଲା ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟାବସ୍ଥା: ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୪।୧୨:ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଏହି କାରଣରୁ ତାଙ୍କୁ ଆଜି ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି।
ଲାଲକୃଷ୍ଣ ଆଡଭାନୀଙ୍କୁ ୯୭ ବର୍ଷ ବୟସ। ତାଙ୍କୁ ଗତ ୪-୫ ମାସ ମଧ୍ୟରେ ଅନେକ ଥର ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିଛି। ଏହାପୂର୍ବରୁ ତାଙ୍କୁ ଅଗଷ୍ଟ ମାସରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ଆଡଭାନୀ କିଛି ଦିନଧରି ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ସହ ସଂଘର୍ଷ କରିଆସୁଥିଲେ। ଚଳିତବର୍ଷ ତାଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନ ମଧ୍ୟ ପ୍ରଦାନ କରାଯାଇଥିଲା। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ହେତୁ ସେ ରାଷ୍ଟ୍ରପତି ଭବନରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇପାରି ନ ଥିଲେ। ତାଙ୍କୁ ତାଙ୍କ ବାସଭବନରେ ଭରତ ରତ୍ନ ଦିଆଯାଇଥିଲା।
ଲାଲକୃଷ୍ଣ ଆଡଭାନୀ ୮ ନଭେମ୍ବର ୧୯୨୭ରେ କରାଚିରେ ଜନ୍ମଗ୍ରହଣ କରିଥିଲେ। ସେ ୧୯୪୨ରେ ରାଷ୍ଟ୍ରିୟ ସ୍ବୟଂସେବକ ସଂଗଠନରେ ଯୋଗ ଦେଇଥିଲେ। ସେ ୧୯୮୬ ରୁ ୧୯୯୦ ପର୍ଯ୍ୟନ୍ତ, ପୁଣି ୧୯୯୩ ରୁ ୧୯୯୮ ଏବଂ ୨୦୦୪ ରୁ ୨୦୦୫ ପର୍ଯ୍ୟନ୍ତ ଭାଜପାର ରାଷ୍ଟ୍ରୀୟ ସଭାପତି ଥିଲେ। ଏହା ବ୍ୟତୀତ ସେ ଦୀର୍ଘ ସମୟ ଧରି ଦଳର ସଭାପତି ରହିଆସିଛନ୍ତି। ସେ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଗୃହମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri