Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌: ୨୪ ଘଣ୍ଟାରେ ଦ୍ୱିତୀୟ କ୍ରିକେଟର୍‌ ଭାବେ…

ଇସଲାମାବାଦ୍‌,୧୪।୧୨: ପାକିସ୍ତାନର ଦ୍ରୁତ ବୋଲର ମହମ୍ମଦ ଅମିର ପୁଣି ଥରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି। ଅମିର ନିଜ କ୍ୟାରିୟରରେ ଦ୍ୱିତୀୟ ଥର ପାଇଁ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ପାକିସ୍ତାନର ଦୁଇଜଣ ଭେଟେରାନ ଅବସର ନେଇଛନ୍ତି। ଏହାପୂର୍ବରୁ ଡିସେମ୍ବର ୧୩ରେ ଅଲରାଉଣ୍ଡର ଇମାଦ ୱାସିମ ଅବସର ନେଇଥିଲେ।

ମହମ୍ମଦ ଅମିର ସୋସିଆଲ ମିଡିଆରେ ପୋଷ୍ଟ କରି ଅବସର ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବହୁ ଚିନ୍ତା କରିବା ପରେ ମୁଁ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା କଷ୍ଟକର ନିଷ୍ପତ୍ତି ନେଇଛି। ଏହା ଗ୍ରହଣ କରିବା ସହଜ ନୁହେଁ। ମୁଁ ଅନୁଭବ କରୁଛି ଯେ ଯୁବ ପିଢିପାଇଁ ଏହା ଉପଯୁକ୍ତ ସମୟ। ମୁଁ ଏଥିପାଇଁ ପିସିବିକୁ ଧନ୍ୟବାଦ ଦେଉଛି। ସମର୍ଥନ ପାଇଁ ମୁଁ ମୋର ପରିବାର ଏବଂ ସାଙ୍ଗମାନଙ୍କୁ ଧନ୍ୟବାଦ ଦେଉଛି।

ଏହାପୂର୍ବରୁ ଆମୀର ୨୦୨୧ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ତା’ପରେ ସେ ଅନ୍ତର୍ଜାତୀୟ କ୍ରିକେଟ ଛାଡି ବୋର୍ଡର ପରିଚାଳନା ଉପରେ ପ୍ରଶ୍ନ ଉଠାଇଥିଲେ। ତେବେ ବୋର୍ଡରେ ପରିବର୍ତ୍ତନ ପରେ ଅମିର ୨୦୨୪ ଟି-୨୦ ବିଶ୍ୱକପ ପୂର୍ବରୁ ଅବସର ଗ୍ରହଣ କରିଥିଲେ। ତା’ପରେ ଅମିର ମଧ୍ୟ ଟି-୨୦ ବିଶ୍ୱକପ ଖେଳିଥିଲେ। ତେବେ ଦଳର ଖରାପ ପ୍ରଦର୍ଶନ ହେତୁ ତାଙ୍କୁ ବିଶ୍ୱକପ ପରେ ଦଳରୁ ଓହରି ଯାଇଥିଲା ଏବଂ ବର୍ତ୍ତମାନ ତାଙ୍କୁ ସୁଯୋଗ ଦିଆଯାଉ ନାହିଁ। କିଛି ଦିନ ପୂର୍ବରୁ ଖବର ଆସିଥିଲା ଯେ ଆମୀର ୨୦୨୫ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଇଚ୍ଛା ପ୍ରଦର୍ଶନ କରିଥିଲେ। ତେବେ ତାଙ୍କୁ ଅଣଦେଖା କରାଯାଇଥିଲା। ଏଭଳି ପରିସ୍ଥିତିରେ ଦଳର କବାଟ ବନ୍ଦ ହେବା ପରେ ଆମିର ଅବସର ନେଇଛନ୍ତି।

ମହମ୍ମଦ ଆମିର ପାକିସ୍ତାନ ପାଇଁ ୩୬ଟି ଟେଷ୍ଟ, ୬୧ଟି ଦିନିକିଆ ଏବଂ ୬୨ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ଏହି ଅବଧି ମଧ୍ୟରେ ଅମିର ଟେଷ୍ଟରେ ୧୧୯ ଉଇକେଟ, ଦିନିକିଆରେ ୮୧ ଉଇକେଟ ଏବଂ ଅନ୍ତର୍ଜାତୀୟ ଟି-୨୦ରେ ୭୧ ଉଇକେଟ ନେଇଛନ୍ତି। ଅନ୍ତର୍ଜାତୀୟ ବର୍ତ୍ତମାନ ସାରା ବିଶ୍ୱରେ ଟି୧୦ ଲିଗ ଏବଂ ଟି୧୦ ଲିଗ ଖେଳୁ୍‌ଉନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri