ବିଶ୍ୱ ଚେସ୍‌ ଚାମ୍ପିୟନ୍‌ ଡି ଗୁକେଶଙ୍କ ଉପରେ ଟଙ୍କାବର୍ଷା, ବିଜୟ ପରେ ପାଇଲେ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରୀଡ଼ା ଇତିହାସରେ ଯୋଡି ହୋଇଛି ଆଉ ଏକ ସ୍ବର୍ଣ୍ଣିମ ଅଧ୍ୟାୟ। ସିଙ୍ଗାପୁରରେ ଚାଲିଥିବା ୨୦୨୪ ବିଶ୍ୱ ଚେସ ଚାମ୍ପିୟନସିପରେ ବିଜୟୀ ହୋଇଛନ୍ତି ଭାରତର ୧୮ ବର୍ଷୀୟ ଚେସ ତାରକା ଡି ଗୁକେଶ ବା ଗୁକେଶ ଡୋମାରାଜୁ । ଏପ୍ରିଲ ୨୦୨୩ରୁ କ୍ଲାସିକାଲ ଫର୍ମାଟରେ ବିଶ୍ୱ ଚେସ ଚାମ୍ପିୟନ ଥିବା ଚୀନର ଡିଙ୍ଗ ଲିରେନଙ୍କୁ ପରାସ୍ତ କରି ଗୁକେଶ ବାଜିମାତ୍‌ କରିଛନ୍ତି। ଏହି ଅବିଶ୍ୱସନୀୟ କୀର୍ତ୍ତି ସହିତ ଗୁକେଶ ଦ୍ୱିତୀୟ ଭାରତୀୟ ଚେସ ଖେଳାଳି ଭାବେ ବିଶ୍ୱ ବିଜେତା ହୋଇଛନ୍ତି। ତେବେ ସେ ବିଜୟୀ ହେବା ପରେ ତାଙ୍କୁ ପୁରସ୍କାର ବାବଦରେ କୋଟି କୋଟି ଟଙ୍କା ଟଙ୍କାବର୍ଷା ହୋଇଛି।

FIDE ନିୟମ ଅନୁଯାୟୀ, ପ୍ରତ୍ୟେକ ଖେଳାଳି ପ୍ରତ୍ୟେକ ମ୍ୟାଚ ଜିତିବା ପାଇଁ ୨ ଲକ୍ଷ ଡଲାର ବା ୧.୬୯ କୋଟି ପାଇଥାନ୍ତି । ତେଣୁ ଗୁକେଶଙ୍କୁ ୬ ଲକ୍ଷ ଡଲାର ବା ପ୍ରାୟ ୫.୦୯ କୋଟି ପ୍ରଦାନ କରାଯାଇଛି। ସେହିଭଳି ଡିଙ୍ଗଙ୍କୁ ୪ ଲକ୍ଷ ଡଲାର ବା ପାଖାପାଖି ୩.୩୯ କୋଟି ପ୍ରଦାନ କରାଯାଇଛି। ମ୍ୟାଚ ପାଇଁ ମୋଟ ପୁରସ୍କାର ରାଶି ହେଉଛି ୨.୫ ମିଲିୟନ ଡଲାର୍‌, ଯେଉଁଥିରେ ଖେଳ ଫଳାଫଳ ଉପରେ ଆଧାର କରି ର୍ନିଦ୍ଦିଷ୍ଟ ଭାବେ ବଣ୍ଟନ କରାଯାଇଥାଏ। ଏଥିସହ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ. କେ ଷ୍ଟାଲିନ୍‌ ଗୁକେଶଙ୍କ ପାଇଁ ୫କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି।

ତେବେ ବିଶ୍ୱ ଚେସ ଚାମ୍ପିଅନସିପ ୨୦୨୪ର ଏହି ମ୍ୟାଚ ୧୩୮ ବର୍ଷରେ ପ୍ରଥମ ମ୍ୟାଚ ଥିଲା ଯେଉଁଥିରେ ଏସିଆର ଦୁଇ ପ୍ରତିଯୋଗୀ, ବର୍ତ୍ତମାନର ବିଶ୍ୱ ଚାମ୍ପିଅନ ଡିଙ୍ଗ ଲିରେନ ଏବଂ ଭାରତର ଚ୍ୟାଲେଞ୍ଜର ଗୁକେଶ ଟାଇଟଲ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ୧୮୮୬ ପରଠାରୁ କେବଳ ୧୭ ଖେଳାଳି ବିଶ୍ୱ ଚେସ ଚାମ୍ପିଅନ ସମ୍ମାନଜନକ ଟାଇଟଲ ଜିତିଛନ୍ତି । ଗୁକେଶ ବର୍ତ୍ତମାନ ଅଷ୍ଟାଦଶ ବିଶ୍ୱ ଚେସ ଚାମ୍ପିୟନ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri