Posted inଜାତୀୟ

୧୬ରେ ଆସିବ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ ବିଲ୍‌

ନୂଆଦିଲ୍ଲୀ,୧୪ା୧୨: ଏକସଙ୍ଗେ ଦେଶରେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ପାଇଁ ‘ଏକ ରାଷ୍ଟ୍ର ଏକ ନିର୍ବାଚନ’ (ଓଏନ୍‌ଓଇ) ବିଲ୍‌ ସୋମବାର ଲୋକ ସଭାରେ ଆଗତ କରାଯିବାକୁ ତାଲିକାଭୁକ୍ତ ହୋଇଛି।

ବିଭିନ୍ନ କାରଣରୁ ଦେଶରେ ଏକସଙ୍ଗେ ନିର୍ବାଚନ ହେବା ଅତ୍ୟନ୍ତ ଜରୁରୀ। କାରଣ ବାରମ୍ବାର ନିର୍ବାଚନ ବ୍ୟୟବହୁଳ ହୋଇଥିବା ବେଳେ ବହୁ ସମୟ ବରବାଦ ହେଉଛି। ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ରାଜ୍ୟରେ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହେଉଥିବାରୁ ସମସ୍ତ ବିକାଶମୂଳକ କାର୍ଯ୍ୟ ଅଟକି ରହିବା ସହ ସାଧାରଣ ଜନଜୀବନ ପ୍ରଭାବିତ ହେଉଛି। ନିର୍ବାଚନ ନିୟମାବଳୀ ବାରମ୍ବାର ଲାଗୁ ହେବା ଦ୍ୱାରା ସେବା କାର୍ଯ୍ୟ ପ୍ରଭାବିତ ହେବା ସହ ମାନବସମ୍ବଳକୁ ସେମାନଙ୍କର ପ୍ରମୁଖ ଉନ୍ନୟନମୂଳକ କାର୍ଯ୍ୟରୁ ଅନ୍ତର କରାଯାଇ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କରାଯାଉଥିବା ସମ୍ବିଧାନ (୧୨୯ତମ) ସଂଶୋଧନ ବିଲ୍‌, ୨୦୨୪ରେ ଉଲ୍ଲେଖ ରହିଛି। ଉକ୍ତ ବିଲ୍‌ ସମ୍ବିଧାନରେ ଏକ ନୂଆ ଅନୁଚ୍ଛେଦ ଯୋଡ଼ିବାକୁ ଥିବାବେଳେ ୩ଟି ଅନୁଚ୍ଛେଦରେ ସଂଶୋଧନ କରାଯିବ। ଯାହା ଫଳରେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ ଏକସଙ୍ଗେ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri