ମୁଖ୍ୟମନ୍ତ୍ରୀଙ୍କ କରକମଳରେ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ, ଭିତ୍ତିପ୍ରସ୍ତର ସ୍ଥାପନ

ଜୟପୁର,୧୫ା୧୨: କୋରାପୁଟ ଜିଲା ଜୟପୁର ଫୁଲବାଡ଼ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା, ସରକାରୀ ଆବାସିକ ଗୃହ, ଏୟାରପୋର୍ଟର ନବନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ କରିଛନ୍ତି। ଏହା ସହ ସରକାରୀ ସେବିକା ମହାବିଦ୍ୟାଳୟର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟର ୭ ମହଲା ବିଶିଷ୍ଟ ନୂତନ କୋଠା ଲୋକାର୍ପଣ ହୋଇଛି। ଆଧୁନିକ ସୁବିଧା ଥିବା ୧୪୨ କୋଟି ଟଙ୍କା ବିନିମୟରେ ଜିଲା ମୁଖ୍ୟ ଚିକିତ୍ସାଳୟ ନିର୍ମାଣ ହୋଇଛି। ଜିଲା ଚିକିତ୍ସାଳୟର କର୍ମଚାରୀମାନଙ୍କ ପାଇଁ ୩୫ କୋଟି ଟଙ୍କା ବିନିମୟରେ ନିର୍ମାଣ ୯୬ଟି ନବନିର୍ମିତ ଆବାସିକ ଗୃହର ନିର୍ମାଣ ହୋଇଛି। ୩ ଶହ ଶଯ୍ୟା ବିଶିଷ୍ଟ ୭ ମହାଲା ନୂତନ କୋଠା ସମ୍ପୂର୍ଣ୍ଣ ଅତ୍ୟାଧୁନିକ ସୁବିଧା ଥବା ଗୋଟିଏ ଛାତ ତଳେ ଅଲ୍‌ଟ୍ରାସାଉଣ୍ଡ, ଅସ୍ଥିଶଲ୍ୟ ଭଳି ସମସ୍ତ ବିଭାଗ ଚିକିତ୍ସା ରହିଛି। ପୁରୁଣା ଉପଖଣ୍ଡ ଚିକିତ୍ସାଳୟରେ ଥିବା ରକ୍ତ ଭଣ୍ଡାରକୁ ମଧ୍ୟ ଏଠାକୁ ଆଣାଯାଇଛି। ଏଠାରେ ସମସ୍ତ ସୁବିଧା ରହିଥିବାବେଳେ ଖୁବଶୀଘ୍ର ଆଇସିୟୁର ବ୍ୟବସ୍ଥା ମଧ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଏହା ସହ ୫୨ କୋଟି ଟଙ୍କା ବିନିମୟରେ ନବନିର୍ମିତ ଜୟପୁର ଏୟାରପୋର୍ଟର ଟର୍ମିନାଲ କୋଠା ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏଠାରୁ ସମ୍ବଲପୁର, ରାଉରକେଲା ଭଳି ଅଞ୍ଚଳକୁ ବିମାନ ସେବା ଯୋଗାଇବା ପାଇଁ ସରକାର ଉଦ୍ୟମ କରୁଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ୧୦ କୋଟି ୨୩ ଲକ୍ଷ ଟଙ୍କା ବିନିମୟରେ ମହାବିଦ୍ୟାଳୟ ନିର୍ମାଣ ହେବ। ଏଠାରେ ତାଲିମ ନେଇ ବାହାରିବା ଛାତ୍ରୀମାନଙ୍କୁ ସରକାରୀ ନିଯୁକ୍ତି ଦେବାର ମଧ୍ୟ ଦୃଢ଼ ପରିକର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଜୟପୁର ବିଧାୟକ ତାରାପ୍ରସାଦ  ବାହିନୀପତି ସ୍ବାଗତ ଭାଷଣ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କୋରାପୁଟ ବିଧାୟକ ରଘୁରାମ ମାଛ, କୋଟପାଡ଼ ବିଧାୟକ ରୁପୁ ଭତ୍ରା, ପଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଆଁନ୍ତା, ଜିଲା ପରିଷଦର ସଭାନେତ୍ରୀ ସସ୍ମିତା ମେଲକା, କୋରାପୁଟ ଜିଲାପାଳ ଭି.  କୀର୍ତ୍ତି ଭାସନ, ଏସ୍‌ପି ରୋହିତ ବର୍ମା, ଜିଲା ଚିକିତ୍ସାଧିକାରୀ ବରଦାକାନ୍ତ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri