ଏପ୍ରିଲ ୧୮ରେ ‘ଘାଟି’

ହାଇଦ୍ରାବାଦ: ‘ବାହୁବଲୀ’ ଚଳଚ୍ଚିତ୍ରରେ ଦେବସେନା ଭୂମିକାରେ ଅଭିନୟ କରି ଦର୍ଶକଙ୍କ ହୃଦୟରେ ରାଜ୍‌ କରିଥିବା ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କୁ ଆଗାମୀ ଦିନରେ ‘ଘାଟି’ ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ। ରବିବାର ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ଏହି ଆକ୍ସନ କ୍ରାଇମ୍‌ ଡ୍ରାମା ଫିଲ୍ମର ଏକ ପୋଷ୍ଟର ରିଲିଜ୍‌ କରାଯାଇ ଫିଲ୍ମର ରିଲିଜ୍‌ ତାରିଖ ଉପରୁ ପରଦା ଉଠାଯାଇଛି।
ଅନୁଷ୍କାଙ୍କ ଆଗାମୀ ଚଳଚ୍ଚିତ୍ର ‘ଘାଟି’ ଆସନ୍ତା ବର୍ଷ ଏପ୍ରିଲ ୧୮ରେ ରିଲିଜ୍‌ ହେବ। ଅନୁଷ୍କା କିପରି ଜଣେ ପୀଡିତା ମହିଳାରୁ ଏକ ଆପରାଧିକ ଗ୍ୟାଙ୍ଗ୍‌ର ମାଷ୍ଟର ମାଇଣ୍ଡ ଭାବେ ପରିଣତ ହେଉଛନ୍ତି, ତାହାକୁ ନେଇ ଏହି ଫିଲ୍ମର କାହାଣୀ ଗତି କରିଛି। ଚଳଚ୍ଚିତ୍ରରେ ଅନୁଷ୍କା ଶତ୍ରୁମାନଙ୍କର ସଂହାର କରୁଥିବା ନଜରକୁ ଆସିବେ। ଫିଲ୍ମରେ ଅନୁଷ୍କାଙ୍କର ଅନେକ ଆକ୍ସନ ଦୃଶ୍ୟ ଦେଖିବାକୁ ମିଳିବ। କ୍ରିଶ୍‌ ଜଗରଲାମୁଦିଙ୍କ ନିର୍ଦ୍ଦେଶନା ଏବଂ ରାଜୀବ ରେଡ୍ଡୀ ଓ ସାଇ ବାବୁ ଜଗରଲାମୁଦିଙ୍କ ପ୍ରଯୋଜନାରେ ହେବାକୁ ଥିବା ଏହି ଫିଲ୍ମରେ ଅଭିନେତ୍ରୀ ରମ୍ୟା କ୍ରିଷ୍ଣନ ଓ ଅଭିନେତା ଜଗପଥି ବାବୁ ମଧ୍ୟ ନଜରକୁ ଆସିବେ। ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ଜାରି ପୋଷ୍ଟରରେ ଅନୁଷ୍କା ଛୁରି ଧରିଥିବା ସହ ତାଙ୍କ ମୁହଁରେ ରକ୍ତଛିଟା ଲାଗିଥିବା ଦେଖିବାକୁ ମିଳିଛି। ଏହି ପୋଷ୍ଟ’ର କ୍ୟାପ୍‌ଶନରେ ଲେଖାଯାଇଛି, କୁଇନ୍‌ ଅନୁଷ୍କା ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ ସହ ବକ୍ସ ଅଫିସରେ ପୁଣି ଥରେ ରାଜ୍‌ କରିବାକୁ ଯାଉଛନ୍ତି। ‘ଘାଟି’ ଫିଲ୍ମ ତେଲୁଗୁ, ତାମିଲ, କନ୍ନଡ, ମାଲୟାଲମ ଓ ହିନ୍ଦୀ ଭାଷାରେ ରିଲିଜ୍‌ ହେବ। ଫିଲ୍ମର ରିଲିଜ୍‌ ତାରିଖ ସାମ୍‌ନାକୁ ଆସିବା ପରେ ଅନୁଷ୍କାଙ୍କ ଆକ୍ସନ ଅବତାର ଦେଖିବାକୁ ତାଙ୍କ ପ୍ରଶଂସକମାନେ ଉତ୍ସାହର ସହ ଅନାଇ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri