ବିଭିନ୍ନ କ୍ରୀଡାରେ ଭାଗନେଲେ ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୧୬।୧୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଓଡ଼ିଶା ସରକାର ଦ୍ବାରା ପରିଚାଳିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଣପୁର ଠାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରୈଲୋକନାଥ ବିଶ୍ୱଇଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଖେଳ ଶିକ୍ଷକ ଅହିବର ନାଏକ ସମସ୍ତ ଖେଳ ପ୍ରତିଯୋଗିତାର ଦାୟିତ୍ୱ ତୁଲାଇ ପରିଚାଳନା କରିଥିବା ବେଳେ, ବିଜ୍ଞାନ ଶିକ୍ଷକ ପ୍ରମୋଦ ଚନ୍ଦ୍ର ଛତ୍ରିଆ, ସହଶିକ୍ଷକ ଭଗବାନ ସାହୁ, ସହ ଶିକ୍ଷୟିତ୍ରୀ ବିଷ୍ଣୁ ମୋନା, ହେମାଙ୍ଗିନି ଖିତି, ସୁରେନ୍ଦ୍ର କୁମାର ଶବର, ସାଗର ବିଦ୍ୟା ଶ୍ରୀନିବାସ, ମହିଦ୍ର ଶିଖା, ମେଟ୍ରୋନ ସୂର୍ୟ କାନ୍ତି ବାଗ, ଓ ଅନ୍ୟାନ୍ୟ ସିଶିଏ ଏବଂ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ରହି ସହଯୋଗ କରିଥିଲେ। ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ଏହି କ୍ରୀଡା ଉତ୍ସବର ପ୍ରଥମ ଦିବସରେ ସାଇସୁରୁଣୀ ଗ୍ରାମର ମାଁ ଠାକୁରାଣୀ ଗୁଡ଼ି ଠାରେ ପୂଜାର୍ଚ୍ଚନା ପୂର୍ବକ ଏକ ମଶାଲ ଶୋଭା ଯାତ୍ରା ବାହାରି ବିଦ୍ୟାଳୟକୁ ପହଞ୍ଚିଥିଲା ପରେ କ୍ରୀଡା ପତାକା ଉତ୍ତୋଳନ ପରେ ପରେ କ୍ରୀଡା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ବିଭିନ୍ନ ଖେଳ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା ଯାହାକି ଛାତ୍ର ଏବଂ ଛାତ୍ରୀଙ୍କ ସିନିୟର୍‌ ଜୁନିୟର ଦୌଡ଼ ପ୍ରତିଯୋଗିତା, ଡିଷ୍କସ, ସଟଫୁଟ, ମ୍ୟୁଜିକ ଚେୟାର, ଗଣିତ ପ୍ରତିଯୋଗିତା, ଅଖା ଦୌଡ଼, ଦୌଡ଼ି ଡ଼ିଆଁ, ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏଠାରେ ଯେଉଁ ଛାତ୍ର ଛାତ୍ରୀ ମାନେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାରୀ କରି ବିଜୟ ହାସଲ କରିଛନ୍ତି ସେମାନଙ୍କୁ ଆଗାମୀ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ପୁରସ୍କୃତ କରାଯିବ ବୋଲି ପ୍ରଧାନ ଶିକ୍ଷକ ପ୍ରକାଶ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri