ଜଙ୍ଗଲରେ ଚଢାଉ, ୨୨ କୋଟି ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲେ ଅବକାରୀ, ପୋଲିସ

ଦିଗପହଣ୍ଡି,୧୬। ୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଏସ.ଗୋପାଳପୁର ପଞ୍ଚାୟତ ଗୋଠବଣିଆ ଜଙ୍ଗଲରେ ବେଆଇନ ଭାବେ ରୋପଣ କରାଯାଇଥିବା ଗଞ୍ଜେଇ ଗଛଗୁଡ଼ିକୁ ସୋମବାର ଅବକାରୀ ଏବଂ ପୋଲିସ ଟିମ ଚଢ଼ାଉ କରି ନଷ୍ଟ କରିଦେଇଛନ୍ତି। ଏଥିସହ ସେଗୁଡିକୁ ଜାଳି ଦିଆଯାଇଥିବା ଜଣାପଡିଛି। ଗୋଇନ୍ଦା ସୂଚନାକୁ ଭିତ୍ତିକରି ଅବକାରୀ ଆୟୁକ୍ତ ନରସିଂହ ଭୋଳ ଏବଂ ଅବକାରୀ ଭାରପ୍ରାପ୍ତ ଅଧିକ୍ଷକ ପ୍ରବୀନ ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ଭୋର ସମୟରେ ଚଢାଉ କରାଯାଇଥିଲା। ଚିକିଟି ଅବକାରୀ ଉପଅଧିକ୍ଷକ କୁଳମଣି କୁଁଅର,ବ୍ରହ୍ମପୁର ଅବକାରୀ ଉପ ଅଧିକ୍ଷକ ସ୍ନେହଲତା ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଦିଗପହଣ୍ଡି ଅବକାରୀ ଥାନା ଓଆଇସି ଅନୀତା ପ୍ରଧାନଙ୍କ ନେତୃତ୍ୱରେ ପ୍ରାୟ ୨୨ କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଗଛଗୁଡ଼ିକୁ କାଟି ସାନଖେମୁଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକଙ୍କ ଉପସ୍ଥିତିରେ ଜାଳି ଦିଆଯାଇଥିଲା। ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା, ବ୍ରହ୍ମପୁର ଅବକାରୀ ଉପ ନିରୀକ୍ଷକ ସଙ୍ଗୀତା ମହାପାତ୍ର,ସସ୍ମିତା ମଲ୍ଲିକ,ବିଶ୍ବମ୍ବର ବିଶ୍ବାଳ,ବି.ମନୋଜ କୁମାର, ଏଏସଆଇ ଏନ. ତ୍ରିପତି,ସନ୍ତୋଷ ପାଢ଼ୀ,ଭୁବୁନି ବେହେରା,କନେଷ୍ଟବଳ ଆଲଫଲତା ସାହୁ, ନୀର ବେହେରା, ସୂର୍ଯ୍ୟନାରାୟଣ ଜେନା, ମନୋରଞ୍ଜନ ମହାପାତ୍ର ଏବଂ ବଳରାମ ସାହୁଙ୍କ ସମେତ ପୋଲିସ ଏପିଆର ଫୋର୍ସ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri