ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼: ସାଧାରଣତନ୍ତ୍ର ଦିବସରେ ପ୍ରଦର୍ଶିତ ହେବ ରାଜ୍ୟର ଐତିହ୍ୟ ଓ ବିକାଶ

ଭୁବନେଶ୍ୱର,୧୬ା୧୨(ଅନିଲ ଦାସ)-ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ । ଏଥିରେ ରାଜ୍ୟର ଐତିହ୍ୟ, ପରମ୍ପରା, ଅସ୍ମିତା ଏବଂ ବିକାଶକୁ ନେଇ ଏହି ପ୍ରଜ୍ଞାପନ ମେଢ଼ଗୁଡ଼ିକ ପ୍ରଦର୍ଶିତ ହେବ । ପରେଡ୍‌ ପ୍ରଦର୍ଶନ ସହ ପ୍ରଜ୍ଞାପନ ମେଢ଼ ଉକ୍ତ ଉତ୍ସବର ସ୍ବତନ୍ତ୍ର ଆକର୍ଷଣ ହେବ ।

ଏଥିନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ପ୍ରାରମ୍ଭିକ ବୈଠକ ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ଚଳିତବର୍ଷ ବିଭିନ୍ନ ବିଭାଗ ପକ୍ଷରୁ ଏଥିନିମନ୍ତେ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବ । ରାଜ୍ୟର ଐତିହ୍ୟ ଓ ବିକାଶ ଉପରେ ମୁଖ୍ୟତଃ ଏହି ପ୍ରଜ୍ଞାପନ ମେଢ଼ ପ୍ରସ୍ତୁତ କରିବାକୁ ସଚିବ ବିଭାଗଗୁଡ଼ିକୁ ପରାମର୍ଶ ଦେଇଛନ୍ତି । ଏହାକୁ ଅଧିକ ଆକର୍ଷଣ ଓ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରିବାକୁ ସେ କହିଛନ୍ତି ।

ଆସନ୍ତା ୨୪ ତାରିଖ ସୁଦ୍ଧା ସମ୍ପୃକ୍ତ ବିଭାଗଗୁଡ଼ିକ ସେମାନଙ୍କ ବିଷୟବସ୍ତୁ ସମ୍ପର୍କିତ ପ୍ରଜ୍ଞାପନ ମେଢ଼ର ସଂରଚନା ପ୍ରଦାନ କରିବେ । ଏହାକୁ ଯାଞ୍ଚ କରାଯାଇ ଶ୍ରେଷ୍ଠ ନମୁନାଗୁଡ଼ିକୁ ଚୟନ କରାଯିବ । ଏହି ବୈଠକରେ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ଶୋଭନ କୃଷ୍ଣ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏକଚାଟିଆ ବ୍ୟବସାୟ

ଭାରତରେ ଗତ ୫ ଦିନ ହେବ ଯେଉଁଭଳି ଭାବେ ବିମାନ ସେବାରେ ବିଭ୍ରାଟ ଦେଖାଦେଇଛି, ତାହା ଦେଶରେ ଅନ୍ୟତମ ସର୍ବାଧିକ ଆଲୋଚନାର ବିଷୟ ପାଲଟିଯାଇଛି। ଘରୋଇ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri