OISFରେ ସୃଷ୍ଟି କରାଯିବ ୬ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

କଟକ,୧୬।୧୨: ପୋଲିସ ବାହିନୀକୁ ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ସୋମବାର ଓଡ଼ିଶା ହାବିଲଦାର କନଷ୍ଟେବଲ୍ ସିପାହୀ ମହସଂଘ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ଯେଉଁଥିରେ ଶିଳ୍ପ ସୁରକ୍ଷା ପାଇଁ ଖୁବ୍‌ଶୀଘ୍ର ୬ଟି OISF ବାଟାଲିୟନ୍ ପ୍ରତିଷ୍ଠା ହେବ। ଫଳରେ OISFରେ ୬ ହଜାର ନିଯୁକ୍ତି ସୃଷ୍ଟି କରାଯିବ।

ଏଥିସହିତ ମୁଖ୍ୟମନ୍ତ୍ରୀ କହିଥିଲେ ପୋଲିସ ବାହିନୀର କାର୍ଯ୍ୟକ୍ଷମତାକୁ ବୃଦ୍ଧି କରିବା ପାଇଁ ପୋଲିସ ଥାନା ଗୁଡିକୁ ୯ ହଜାର ବାଇକ୍‌ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରତ୍ୟେକ ଥାନାକୁ ୬ଟି ଲେଖାଏଁ ବାଇକ୍‌ ଦିଆଯିବ। ଏଇ ନିକଟରେ ଗୃହରେ ପାରିତ ହୋଇଥିବା ଅତିରିକ୍ତ ବଜେଟରେ ଏଥିପାଇଁ ୩୫ କୋଟି ଟଙ୍କାର ବିଶେଷ ପ୍ରାବଧାନ କରାଯାଇଛି। ପୋଲିସ ବାହିନୀକୁ ସହଯୋଗ କରିବା ପାଇଁ ଗୃହରକ୍ଷୀ ପଦବୀ ପୂରଣ କରାଯିବ। ଖାଲି ଥିବା ଓ ନୂଆ ପଦବୀକୁ ମିଶାଇ ପ୍ରାୟ ୫ ହଜାର ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି କରାଯାଇଛି ବୋଲି ମଧ୍ୟ ସେ କହିଥିଲେ ।

ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଭୁବନେଶ୍ୱର ଠାରେ ମହାସଂଘର ନୂତନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।
ରାଜ୍ୟର ପ୍ରଗତି ପାଇଁ ସବୁଠାରୁ ମହତ୍ଵପୂର୍ଣ୍ଣ ଭୂମିକା ରାଜ୍ୟର ପୋଲିସ ବଳ ତୁଲାଇଥାନ୍ତି। ଏହି ପୋଲିସ ବିଭାଗରେ କନଷ୍ଟେବଳ ଏବଂ ସିପାହୀମାନେ ସବୁଠାରୁ ଗୁରୁ ଦାୟିତ୍ଵ ତୁଲାଉଛନ୍ତି ।  ତୃଣମୂଳ ସ୍ତରରେ ଆଇନ ଶୃଙ୍ଖଳାଠାରୁ ଆରମ୍ଭ କରି ଗୁଇନ୍ଦା ପାଇଁ ଖବର ସଂଗ୍ରହ କରିବା ପରି ଦାୟିତ୍ଵ ତୁଲାଉଛନ୍ତି। କନଷ୍ଟେବଳ ଏବଂ  ସିପାହୀମାନେ ପୋଲିସ ବିଭାଗର  ମେରୁଦଣ୍ଡ ସଦୃଶ ବୋଲି  ମହାସଂଘର  ବାର୍ଷିକ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମତବ୍ୟକ୍ତ କରିଛନ୍ତି ।
ଖରା, ବର୍ଷା, ଶୀତ କାକରକୁ ଭୃକ୍ଷେପ ନକରି କନଷ୍ଟେବଳ ଓ ସିପାହୀମାନେ ନିଜର ଦାୟିତ୍ଵ ସମ୍ପାଦନ କରୁଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ପ୍ରତି ଆମ ସରକାରଙ୍କର ଯଥେଷ୍ଟ ସଂବେଦନଶୀଳତା ଓ ଦାୟିତ୍ୱବୋଧ ରହିଛି ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ପୋଲିସ ସେବାକୁ ଆହୁରି ପ୍ରଭାବୀ କରିବା ପାଇଁ ଭିତ୍ତିଭୂମି ଏବଂ ମାନବ ସମ୍ବଳ ଯୋଗାଇ ଦେବାକୁ ଆମ ସରକାର ପ୍ରତିଶୃତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପୋଲିସ ବଳ ହେଉଛି ଅତ୍ୟନ୍ତ ଶୃଙ୍ଖଳିତ। ବିଶୃଙ୍ଖଳାକୁ କୌଣସି ପ୍ରକାରେ ବରଦାସ୍ତ କରାଯିବ ନାହିଁ। କିନ୍ତୁ ବିଶୃଙ୍ଖଳିତ କିମ୍ବା ଦୁର୍ନୀତିଗ୍ରସ୍ତଙ୍କୁ କୌଣସି ପ୍ରକାରେ କ୍ଷମା କରାଯିବ ନାହିଁ ବୋଲି ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଓଡିଶା ପୋଲିସର ମୂଳ ମନ୍ତ୍ର ହେଉଛି, ‘ସେବା ଓ ସୁରକ୍ଷା’। ପ୍ରତ୍ୟେକ କାର୍ଯ୍ୟରେ ଦାୟିତ୍ୱବୋଧ ଓ ସମ୍ବେଦନଶୀଳ ହୋଇ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ  ସଂଘର କର୍ମକର୍ତ୍ତା ଏବଂ ଅନ୍ୟ ସଦସ୍ୟ ମାନଙ୍କୁ ପରାମର୍ଶ ଦେଇଛନ୍ତି।
ଏହି ଅବସରରେ ଏକକାଳୀନ ଲୋକସଭା ଓ ବିଧାନସଭା ସାଧାରଣ ନିର୍ବାଚନ ସମୟରେ  ରାଜ୍ୟ ପୋଲିସର ଭୂମିକାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ କନଷ୍ଟେବଳ ମାନଙ୍କ ସହଯୋଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି କହିଥିଲେ।
ଏହାସହ ଖୁବଶୀଘ୍ର ରାଜ୍ୟର ପ୍ରତି ଥାନାକୁ ମୋଟର ସାଇକେଲ ଯୋଗାଇ ଦେବାସହ ଏହି ବାବଦରେ ଅତିରିକ୍ତ ବଜେଟରେ ୩୫ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି ସେ କହିଥିଲେ।
ସେହିପରି ରାଜ୍ୟରେ ଅତିରିକ୍ତ CAPF ପ୍ରତିଷ୍ଠା ପାଇଁ ୨୯୯ କୋଟି ଟଙ୍କା ଏବଂ ପୋଲିସର ତ୍ଵରିତ ଗମନାଗମନ ପାଇଁ ୧୬ କୋଟି ଟଙ୍କା ପ୍ରବଧାନ କରାଯାଇଛି, ଯେଉଁଥିରେ ୬୪୯ ଗୋଟି ଉତ୍କୃଷ୍ଟ ଯାନ ପୋଲିସକୁ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ବିଧାୟକ ପ୍ରକାଶ ସେଠୀ ଯୋଗ ଦେଇ ପୋଲିସର ଉତ୍ସର୍ଗୀକୃତ ମନୋଭାବ, ଲୋକଙ୍କ ପ୍ରତି ନିଷ୍ଠା ଓ କର୍ତ୍ତବ୍ୟ ପରାୟଣତାକୁ ସାଲୁଟ କରୁଛି ବୋଲି ମତବ୍ୟକ୍ତ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri