Posted inଜାତୀୟ

ସବୁଠୁ ପ୍ରଦୂଷିତ ସହରର ତାଲିକା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୧୨: ପ୍ରଦୂଷଣ ସାରା ଦେଶର ସମସ୍ୟା ବୋଲି ସୁପ୍ରିମକୋର୍ଟ ସୋମବାର କହିବା ସହ ଅତ୍ୟଧିକ ପ୍ରଦୂଷିତ ସହରଗୁଡ଼ିକର ତାଲିକା ଦାଖଲ ଲାଗି ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ଗୁଣବତ୍ତା ଚିହ୍ନଟ ଏବଂ ସମସ୍ୟାର ସମାଧାନ ପାଇଁ ବାୟୁ ଗୁଣବତ୍ତା ପରିଚାଳନା କମିଶନ (ସିଏକ୍ୟୁଏମ୍‌) ଗଠନ କରାଯାଇଛି। ଅନୁରୂପ ଆୟୋଗ ସମସ୍ତ ରାଜ୍ୟରେ ଗଠନ କରିବାକୁ ସର୍ବୋଚ୍ଚ ଅଦାଲତ ପରାମର୍ଶ ଦେଇଛନ୍ତି। ଆମେ ସୁପ୍ରିମକୋର୍ଟରେ ବସି ଦିଲ୍ଲୀର ବାୟୁ ପ୍ରଦୂଷଣ ସମସ୍ୟାର ସମାଧାନ କରଥିବା ନେଇ ଭୁଲ୍‌ ସଙ୍କେତ ଦେବାକୁ ଚାହୁଁନାହୁଁ ବୋଲି ଜଷ୍ଟିସ୍‌ ଅଭୟ ଏସ୍‌. ଓକା ଏବଂ ମନମୋହନଙ୍କ ଖଣ୍ଡପୀଠ କହିଛନ୍ତି। ଏନ୍‌ସିଆର୍‌ ବାହାରେ ସହରଗୁଡ଼ିକରେ ପ୍ରଦୂଷଣ ନିରୋଧୀ ବ୍ୟବସ୍ଥା କାର୍ଯ୍ୟକାରୀ ହେଉ ନ ଥିବାରୁ ଦିଲ୍ଲୀରେ ଜିଆର୍‌ଏପି (ଗ୍ରେଡେଡ୍‌ ରେସ୍ପନ୍ସ ଆକ୍ସନ ପ୍ଲାନ୍‌) କଟକଣା ବିଫଳ ହୋଇଥିବା କୋର୍ଟ କମିଶନ ଜଣାଇଥିଲେ। ଗତ ମାସରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଅତ୍ୟନ୍ତ ଗମ୍ଭୀର ସ୍ଥିତିରେ ପହଞ୍ଚତ୍ବାରୁ ଜିଆର୍‌ଏପି-୪ ଲାଗୁ ହୋଇଥିଲା। ପ୍ରଦୂଷଣ ହ୍ରାସ ପରେ କଟକଣା କୋହଳ ହୋଇଥିଲା। ସୋମବାର ପୁନର୍ବାର ବାୟୁ ମାନ ସୂଚକାଙ୍କ ୪୦୦ ଟପିବାରୁ ଜିଆର୍‌ଏପି-୪ ଲାଗୁ ହୋଇଛି। ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଅନ୍‌ଲାଇନ ପାଠପଢ଼ା ସହ ଡିଜେଲ ଗାଡ଼ି ଚଳାଚଳ ବନ୍ଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri