ଫରେଷ୍ଟଗାର୍ଡଙ୍କୁ ମାଡ଼ ମାରିଲେ ଗ୍ରାମବାସୀ

ନିରାକାରପୁର,୧୮ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଓ ପଟିଆ ସେକ୍ସନ ଅଧୀନରେ ଥିବା ରଣ୍ଡା ବିଟ୍‌ ହାଉସ୍‌ରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏ ନେଇ ଚାନ୍ଦପୁର ଥାନାରେ ଏକ ଲିଖିତ ଅଭିଯୋଗ ହୋଇଛି।

ଘଟଣାରୁ ଜଣାପଡ଼ିଛି ଯେ, ରଣ୍ଡା ବିଟ୍‌ ହାଉସ୍‌ରେ କାର୍ଯ୍ୟରତ ଭବାନୀ ପ୍ରସାଦ ପଟ୍ଟନାୟକଙ୍କୁ କିଛି ଗ୍ରାମବାସୀ ମାଡ଼ ମାରିଛନ୍ତି। ଫଳରେ ଗାର୍ଡ ଜଣଙ୍କ ଆହତ ହୋଇଛନ୍ତି। ରଣ୍ଡା ବିଟ୍‌ ହାଉସ୍‌ରେ କାର୍ଯ୍ୟରତ ଫରେଷ୍ଟଗାର୍ଡ ଭବାନୀ ପ୍ରସାଦ ପଟ୍ଟନାୟକଙ୍କୁ ଗ୍ରାମବାସୀ ବାଲିମାଫିଆ ବୋଲି ସେମାମାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।

ରଣ୍ଡା ଗ୍ରାମବାସୀ କହିବା ଅନୁଯାୟୀ, ରଣ୍ଡା ଗ୍ରାମରେ କେହି ବ୍ୟକ୍ତି ଘର କରିବା ପାଇଁ ସ୍ଥାନୀୟ ଏକ ଗଛପତ୍ର ନାଳରୁ ବାଲି ଆଣି ଘର କରିଥାନ୍ତି, କିନ୍ତୁ ଏହି ଫରେଷ୍ଟଗାର୍ଡ ଜଣଙ୍କ ଗ୍ରାମବାସୀଙ୍କୁ ହଇରାଣ ହରକତ କରୁଥିବା ବେଳେ କୁକୁଡ଼ା ଓ ପଇସାପତ୍ର ମଧ୍ୟ ମାଗିଥାନ୍ତି। ମଦ୍ୟପାନ କରି ଗ୍ରାମବାସୀଙ୍କୁ ଭୟଭୀତ କରି ଝିଅ ବୋହୂଙ୍କ ଖରାପ ନଜରରେ ଦେଖିବା ସହ ଅନ୍ୟ ଗ୍ରାମକୁ ବାଲି ବିକ୍ରିକରି ୫୦୦/ ୧୦୦୦ ଟଙ୍କା ଆଦାୟ କରିଥାନ୍ତି। ଆଜି ଅନ୍ୟ ଗ୍ରାମକୁ ବାଲି ଚାଲାଣ ହେଉଥବା ସମୟରେ ଗ୍ରାମର ସନ୍ତୋଷ ବରାଳ ଉକ୍ତ ଗାର୍ଡଙ୍କୁ ପଚାରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଗାର୍ଡ ଜଣଙ୍କ ଅତ୍ୟଧିକ ମଦ୍ୟପାନ ହେତୁ ଏକ ଗଛରେ ବାଡେଇ ହୋଇଥିଲେ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଫରେଷ୍ଟଗାର୍ଡ ଚାନ୍ଦପୁର ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ତାଙ୍କ ପ୍ରତିକ୍ରିୟା ଦେବାକୁ ମନାକୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri