Posted inଜାତୀୟ

ପ୍ରିୟଙ୍କାଙ୍କ ଚାଲିଯିବ ଏମପି ପଦ! ବଡ଼ ଅଡୁଆରେ ଫସିଲେ…

ନୂଆଦିଲ୍ଲୀ,୨୦।୧୨: ଅଡୁଆରେ କଂଗ୍ରେସ ଏମପି ପ୍ରିୟଙ୍କା ଭଦ୍ରା। ନବ ନିର୍ବାଚିତା ପ୍ରିୟଙ୍କାଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭାରତୀୟ ଜନତା ପାର୍ଟି ନେତା ନବ୍ୟା ହରିଦାସ ପ୍ରିୟଙ୍କାଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରିଛନ୍ତି। ଶୁକ୍ରବାର କେରଳ ହାଇକୋର୍ଟରେ ଦାଖଲ ହୋଇଥିବା ଆବେଦନରେ ହରିଦାସ ଦାବି କରିଛନ୍ତି ଯେ ନାମାଙ୍କନ ପତ୍ରରେ ପ୍ରିୟଙ୍କା ତାଙ୍କର ଏବଂ ତାଙ୍କ ପରିବାରର ସମ୍ପତ୍ତିକୁ ସଠିକ ଭାବେ ପ୍ରକାଶ କରିନାହାଁନ୍ତି ଏବଂ ଭୁଲ ତଥ୍ୟ ଦେଇଛନ୍ତି। ଭାଜପା ନେତା ଆହୁରି କହିଛନ୍ତି ଯେ, ଏହା ଆଦର୍ଶ ଆଚରଣ ବିଧି ବିରୁଦ୍ଧ ଏବଂ ଦୁର୍ନୀତିଗ୍ରସ୍ତ ଆଚରଣ ସହ ସମାନ। ଏବେ ପ୍ରଶ୍ନ ହେଉଛି ଭାଜପା ନେତାଙ୍କ ଏହି ପଦକ୍ଷେପ ପରେ ପ୍ରିୟଙ୍କା ଗାନ୍ଧୀ ତାଙ୍କ ଏମପି ପଦ ହରାଇବେ କି?

କେରଳର ୱାୟନାଡ ଲୋକ ସଭା ଆସନରେ ଅନୁଷ୍ଠିତ ଉପ-ର୍ନିବାଚନରେ ହରିଦାସଙ୍କୁ କଂଗ୍ରେସ ପ୍ରାର୍ଥୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପାଞ୍ଚ ଲକ୍ଷରୁ ଅଧିକ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। ନବ୍ୟାଙ୍କ ଆବେଦନକୁ କୋର୍ଟ ନିଶ୍ଚିତ କରିଥିବାବେଳେ ଡିସେମ୍ବର ୨୦ରୁ ଜାନୁୟାରୀ ୫ ପର୍ଯ୍ୟନ୍ତ ହାଇକୋର୍ଟ ଛୁଟି ଥିବାରୁ ୨୦୨୫ ଜାନୁଆରୀ ରେ ଏହି ମାମଲାର ଶୁଣାଣି ହେବାର ସମ୍ଭାବନା ରହିଛି।

ନିର୍ବାଚନ ଆୟୋଗଙ୍କୁ ଦିଆଯାଇଥିବା ଆଫିଡେଭିଟରେ ପ୍ରିୟଙ୍କା ଗାନ୍ଧୀ କହିଛନ୍ତି ଯେ ତାଙ୍କର ୪.୨୪ କୋଟି ଟଙ୍କା ସ୍ଥାବର ସମ୍ପତ୍ତି ଏବଂ ୧୩.୮୯ କୋଟି ଟଙ୍କାର ଅସ୍ଥାବର ସମ୍ପତ୍ତି ରହିଛି। ସେ ୧୫ ଲକ୍ଷ ୭୫ ହଜାର ଟଙ୍କା ଋଣ କରିଛନ୍ତି। ସେହିପରି ପ୍ରିୟଙ୍କାଙ୍କ ପାଖରେ ୫୯.୮୩ କିଲୋଗ୍ରାମ ମୂଲ୍ୟର ରୂପା ରହିଛି। ଯାହାର ମୋଟ ମୂଲ୍ୟ ୨୯.୫୫ଲକ୍ଷ ଟଙ୍କା। ତାଙ୍କ ପାଖରେ ୪.୪୧ କିଲୋଗ୍ରାମ ମୂଲ୍ୟର ଅଳଙ୍କାର ଅଛି, ସେଥିମଧ୍ୟରୁ ୨.୫ କିଲୋଗ୍ରାମ ସୁନା ଅଟେ। ଯାହାର ମୂଲ୍ୟ ହେଉଛି ୧କୋଟି ୧୫ଲକ୍ଷ ୭୯ହଜାର ଟଙ୍କା। ପ୍ରିୟଙ୍କା ଗାନ୍ଧୀଙ୍କ ପାଖରେ ଏକ ହୋଣ୍ଡା CRV କାର ମଧ୍ୟ ଅଛି। ଏଥିସହ ତାଙ୍କ ପାଖରେ ୨ କୋଟି ୧୦ ଲକ୍ଷରୁ ଅଧିକ ମୂଲ୍ୟର ଚାଷ ଜମି ରହିଛି ଏବଂ ତାଙ୍କ ଘର ଶିମଲାରେ ଅବସ୍ଥିତ ୪୮,୯୯୭ ବର୍ଗଫୁଟ ଅଞ୍ଚଳରେ ର୍ନିମିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri