Posted inଖେଳ

ଅନ୍ତିମ ୨ ଟେଷ୍ଟ ପାଇଁ ଅଷ୍ଟ୍ରେଲିଆ ଦଳରେ ୧୮ ବର୍ଷୀୟ ବ୍ୟାଟର କୋନଷ୍ଟାସ

ମେଲବୋର୍ନ,୨୦ା୧୨(ପି.ଟି.): ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଦୁଇ ଟେଷ୍ଟ ମ୍ୟାଚ୍‌ ପାଇଁ ଟିନ୍‌ ଏଜ୍‌ ସେନସେସନ ସାମ କୋନଷ୍ଟାସଙ୍କୁ ଅଷ୍ଟ୍ରେଲିଆ ଦଳକୁ ଡାକରା ମିଳିଛି। ଓପନର ନାଥାନ ମ୍ୟାକସୁଇନିଙ୍କୁ ବାଦ୍‌ ଦିଆଯାଇ ତାଙ୍କ ସ୍ଥାନରେ କୋନଷ୍ଟାସଙ୍କୁ ସାମିଲ କରାଯାଇଛି। ୧୯ ବର୍ଷୀୟ କୋନଷ୍ଟାସ ୭୦ ବର୍ଷରେ ଅଷ୍ଟ୍ରେଲିଆର ସର୍ବକନିଷ୍ଠ ବ୍ୟାଟର ଭାବରେ ପଦାର୍ପଣ କରିବାକୁ ଯାଉଛନ୍ତି। ସେହିପରି ଦ୍ୱିତୀୟ ସର୍ବକନିଷ୍ଠ ଖେଳାଳି ଭାବରେ ବକ୍ସିଂ ଡେ ଟେଷ୍ଟ ଖେଳିବାକୁ ଯାଉଛନ୍ତି। ବର୍ତ୍ତମାନର ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କୁମିନ୍ସ ୧୮ ବର୍ଷ ୧୯୩ ଦିନରେ ୨୦୧୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ବକ୍ସିଂ ଡେ ଟେଷ୍ଟ ଖେଳିଥିଲେ।

୨୫ ବର୍ଷୀୟ ମ୍ୟାକ୍‌ସୁଇନି ପର୍ଥରେ ପଦାର୍ପଣ କରିଥିଲେ। ୩ ଟେଷ୍ଟର ୬ ଇନିଂସରେ ସେ ଯଥାକ୍ରମେ ୧୦, ୦, ୩୯, ୧୦, ୯ ଓ ୪ ରନ୍‌ ସ୍କୋର କରିଥିଲେ। ଏହି ୬ ଇନିଂସ ମଧ୍ୟରେ ବୁମ୍‌ରା ତାଙ୍କୁ ୪ ଥର ଆଉଟ କରିଥିଲେ। ନିକଟରେ କୋନଷ୍ଟାସ ସେଫଲ୍ଡ ସିଲ୍ଡରେ ନ୍ୟୁ ସାଉଥ ଓ୍ବେଲ୍ସ ପାଇଁ ଦୁଇଟି ଶତକ ହାସଲ କରିଥିଲେ। ଏହା ବ୍ୟତୀତ ଭାରତ ଏ ବିପକ୍ଷ ଅଭ୍ୟାସ ମ୍ୟାଚରେ ୭୩ ଓ ପ୍ରଧାନମନ୍ତ୍ରୀ ଏକାଦଶ ପକ୍ଷରୁ ଖେଳି ୧୦୭ ରନ୍‌ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri