Posted inଜାତୀୟ

ନାତି ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅତୁଲ ସୁଭାଷଙ୍କ ମା’, ୩ ରାଜ୍ୟ ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୨୦।୧୨: ବହୁଚର୍ଚ୍ଚିତ ଇଞ୍ଜିନିୟର ଅତୁଲ ସୁଭାଷ ମୋଦିଙ୍କ ଆତ୍ମହତ୍ୟା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ଅତୁଲଙ୍କ ମା’ ନିଜର ୪ ବର୍ଷର ନାତିଙ୍କ କଷ୍ଟଡି ଦାବି କରିଛନ୍ତି। ଏହାକୁ ନେଇ ଦାଖଲ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଉତ୍ତରପ୍ରଦେଶ, ହରିୟାଣା ଏବଂ କର୍ନାଟକ ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଜାନୁଆରୀ ୭ରେ ହେବ।

ଅଞ୍ଜୁ ଦେବୀ ମୋଦି ଅଭିଯୋଗ କରିଛନ୍ତି ଯେ ତାଙ୍କ ନାତିଙ୍କୁ ଅତୁଲଙ୍କ ପତ୍ନୀଙ୍କ ପରିବାରଲୋକେ ବେଆଇନ ହେପାଜତରେ ରଖିଛନ୍ତି। ଏହି ପିଟିସନରେ ଶିଶୁ କେଉଁଠି ଅଛି ସେନେଇ ପ୍ରଶ୍ନ ଉଠିଛି। କାରଣ ସେ ବିଷୟରେ କେହି ଜାଣି ନ ଥିବା କୁହାଯାଇଛି। ତେବେ ବର୍ତ୍ତମାନ ସମୟରେ ଅତୁଲଙ୍କ ଆତ୍ମହତ୍ୟା ଅଭିଯୋଗରେ ପତ୍ନୀ, ତାଙ୍କ ଭାଇ ଏବଂ ମା’ ଜେଲରେ ଅଛନ୍ତି।

ଅତୁଲଙ୍କ ମା’ଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟରେ ଜଷ୍ଟିସ ବି ଭି ନାଗରତ୍ନା ଏବଂ ଜଷ୍ଟିସ ଏନ୍‌ କୋଟିଶ୍ୱର ସିଂଙ୍କ ବେଞ୍ଚ ଶୁଣାଣି କରି ୩ ରାଜ୍ୟକୁ ନୋଟିସ ଜାରି କରିଛନ୍ତି। ଓକିଲ କୁମାର ଦୁଶ୍ୟନ୍ତ ସିଂଙ୍କ ରେକର୍ଡରେ ଏହି ଆବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri