Posted inଖେଳ

ସାର୍ ଜାଡେଜାମଙ୍କ ସାମ୍ବାଦିକ ସମ୍ମିଳନୀକୁ ନେଇ ବିବାଦ…ରାଗରେ ନିଆଁବାଣ ଆଷ୍ଟ୍ରେଲିଆ ସାମ୍ବାଦିକ

ନୂଆଦିଲ୍ଲୀ,୨୧।୧୨: ଭାରତୀୟ କ୍ରିକେଟ୍ ଟିମ୍ ଏବେ ଅଷ୍ଟ୍ରେଲିଆ ଗସ୍ତରେ ରହିଛି। ଏଠାରେ ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ପର୍ଥରେ ଖେଳାଯାଇଥିଲା ଯାହା ଭାରତ ୨୯୫ ରନରେ ବିଜୟ ହାସଲ କରିଥିଲା। ତା’ପରେ ଆଡିଲେଡ୍ ଟେଷ୍ଟରେ ଅଷ୍ଟ୍ରେଲିଆ ୧୦ ୱିକେଟ୍ ଜିତିଥିଲା। ଏହା ପରେ ଗାବା ଟେଷ୍ଟ ଡ୍ର ରହିଥିଲା। ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍ ବର୍ତ୍ତମାନ ୧-୧ ସ୍ଥିତିରେ ରହିଛି। ବର୍ତ୍ତମାନ ଚତୁର୍ଥ ଟେଷ୍ଟ ମ୍ୟାଚ୍ ୨୬ ଡିସେମ୍ବରରୁ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ (ଏମସିଜି) ଖେଳାଯିବ।

ମେଲବର୍ଣ୍ଣରେ ଚତୁର୍ଥ ଟେଷ୍ଟ ପୂର୍ବରୁ ଭାରତୀୟ ଟିମ୍ ଅଭ୍ୟାସରେ ବ୍ୟସ୍ତ ରହିଛି। ଶନିବାର ଭାରତୀୟ ଟିମର ଏଠାରେ ପ୍ରଥମ ଅଭ୍ୟାସ ରହିଥିଲା। ଅଭ୍ୟାସ ମଧ୍ୟରେ ରବୀନ୍ଦ୍ର ଜାଡେଜା ମିଡିଆକୁ ସମ୍ବୋଧିତ କରିଥିଲେ। ଜାଡେଜା ସାମ୍ବାଦିକ ସମ୍ମିଳନୀରେ ହିନ୍ଦୀରେ ପ୍ରଶ୍ନର ଉତ୍ତର ଦେଇଥିଲେ। ତେବେ ସାମ୍ବାଦିକ ସମ୍ମିଳନୀ ଶେଷରେ ଅଷ୍ଟ୍ରେଲିଆ ସାମ୍ବାଦିକମାନେ ଜାଡେଜାଙ୍କୁ ଇଂରାଜୀରେ ପ୍ରଶ୍ନ କରିବାକୁ ଚାହୁଁଥିଲେ, କିନ୍ତୁ ଜାଡେଜା ଏହାକୁ ଅଣଦେଖା କରିଥିଲେ।

ସମୟ ଅଭାବରୁ ସମସ୍ତ ଭାରତୀୟ ସାମ୍ବାଦିକ ମଧ୍ୟ ପ୍ରଶ୍ନ କରିପାରି ନ ଥିଲେ। କିନ୍ତୁ ଅଷ୍ଟ୍ରେଲିଆ ସାମ୍ବାଦିକମାନେ ଜାଡେଜାଙ୍କୁ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ। ଭାରତୀୟ ଟିମ୍ ମିଡ଼ିଆ ମ୍ୟାନେଜର ସେମାନଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ କି ଏହା କେବଳ ଭାରତୀୟ ସାମ୍ବାଦିକମାନଙ୍କ ପାଇଁ ଥିଲା। କିନ୍ତୁ ଅଷ୍ଟ୍ରେଲିଆ ସାମ୍ବାଦିକମାନେ ଏହାକୁ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri