ଗାଁରେ ପହଞ୍ଚିଲା ଓଡ଼ିଆ ଶହୀଦ ଯବାନଙ୍କ ମୃତଦେହ

କୋରାପୁଟ,୨୧।୧୨(ଅମିତାଭ ବେହେରା): ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ମରଶରୀର ଗାଁରେ ପହଞ୍ଚିବା ପରେ ଶହୀଦ ଯବାନ ଅମର ରହେ ନାରାରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମବାସୀ ଶହୀଦ ଈଶ୍ୱରଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ସୂଚନାଯୋଗ୍ୟ, ରାଜସ୍ଥାନରେ ଟ୍ୟାଙ୍କ ଫାୟାରିଂ ଅଭ୍ୟାସ ବେଳେ କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅଧୀନ ବଡାଗୁଡା ଗ୍ରାମର ଈଶ୍ୱର ତଲିଆ ଶହୀଦ ହୋଇଯାଇଥିଲେ। ଈଶ୍ୱର ୨୦୧୧ରେ ସେନାରେ ଯୋଗ ଦେଇଥିଲେ l ପରେ ସେ ଜମ୍ମୁରେ ୪୬ ଆର୍ମୀ ଆର୍ମଡ୍‌ ରେଜିମେଣ୍ଟରେ ଏଲ୍‌.ଡି ପଦବୀରେ କାର୍ଯ୍ୟରତ ଥିଲେ l ଇତି ମଧ୍ୟରେ ଫାୟାରିଂ ଅଭ୍ୟାସ ପାଇଁ ଈଶ୍ୱରଙ୍କୁ ରାଜସ୍ଥାନର ଫକରନ୍‌ ପଠାଯାଇଥିଲା। ଫକରନ୍‌ ରେଞ୍ଜରେ ଟ୍ୟାଙ୍କ ଫାୟାରିଂ ଅଭ୍ୟାସ ଚାଲିଥିବା ବେଳେ ହଠାତ୍‌ ଟ୍ୟାଙ୍କ ଭିତରୁ ଏକ ବୋମା ବିସ୍ଫୋରଣ ହୋଇଥିଲା l ଫଳରେ ଘଟଣାସ୍ଥଳରେ ଉତ୍ତରପ୍ରଦେଶର ଏସ୍‌.ଡି.ଏମ୍‌. ଆଶୁତୋଷ ମିଶ୍ର ଏବଂ ରାଜସ୍ଥାନର ଏଲ୍‌.ଡି. ଜିତେନ୍ଦ୍ର କୁମାରଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଈଶ୍ୱର ଗୁରୁତର ଆହତ ହୋଇଥିଲେ। ତାଙ୍କୁ ରାଜସ୍ଥାନରୁ ହେଲିକପ୍ଟର ଯୋଗେ ଚଣ୍ଡିଗଡ଼ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା l ଚିକିତ୍ସାଧୀନ ଅବସ୍ଥାରେ ଈଶ୍ୱର ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ l ଶନିବାର ଈଶ୍ୱରଙ୍କ ମରଶରୀର ବିଶାଖାପାଟଣା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ତାଙ୍କ ଗାଁ ଅଭିମୁଖେ ବାହାରିଥିଲା l

କୋରାପୁଟ ଉପଜ଼ିଲାପାଳ କାର୍ଯ୍ୟାଳୟ ନିକଟ ଛକରେ ଜିଲାର ବୃଦ୍ଧିଜୀବୀ ଓ ସ୍ଥାନୀୟ ଜନସାଧାରଣ ଶହୀଦ ଈଶ୍ୱରଙ୍କୁ ମରଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ପରେ ମରଶରୀରରେ ପୈତୃକ ଗାଁ ବଡାଗୁଡାରେ ପହଞ୍ଚିଥିଲା। ସେଠାରେ ଗାର୍ଡଅଫ ଅନର ଦିଆଯିବା ସହିତ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଏଥିରେ ଜିଲାପାଳ ଭି କୀର୍ତ୍ତି ଭାସନ, ଏସ୍‌ପିଙ୍କ ସହ ବରିଷ୍ଠ ଅଧିକାରାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri