ଶୁଣ୍ଢରେ ଟେକି ନେଇ କଚାଡ଼ିଲା, ପରେ ପାଦରେ ଦଳି ମାରିଲା ଦନ୍ତା

ବଣାଇଁ,୨୨ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ଅନ୍ତର୍ଗତ ଜକୈକଳା ଗ୍ରାମରେ ରବିବାର ପୁଣି ଏକ ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକିନେଇ କଚାଡ଼ିବା ପରେ ପାଦରେ ଦଳି ଜଣଙ୍କୁ ମାରିଦେଇଛି। ମୃତକ ଜକୈକଳା ଗ୍ରାମର ଧରଣୀ ପାତ୍ର (୪୦)। ଆଜି ପ୍ରତ୍ୟୁଷରେ ଘର ଅଗଣା ଝାଡୁ କରିବା ସମୟରେ ନିକଟରେ ବୁଲୁଥିବା ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକି ନେଇ କଚାଡ଼ିବା ପରେ ପାଦରେ ଦଳି ଦେବା ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ପ୍ରଚାରିତ ହେବା କ୍ଷଣି ଆତ୍ମୀୟ ଓ ଗ୍ରାମବାସୀ ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ ହେଁ ଏଠାରେ ଡାକ୍ତର ମୃତ ଘୋଷିତ କରିଥିଲେ। ବାରମ୍ବାର ଏଭଳି ଘଟଣା ଘଟିବା, ବ୍ୟାପକ କ୍ଷୟକ୍ଷତି ହେବା ନେଇ ଏବେ ସମ୍ପୂର୍ଣ୍ଣ ଜନସାଧାରଣ ବନ ବିଭାଗକୁ ଦାୟୀ କରିବା ସହ ଆଜି ବଣାଇଁ ଉପଖଣ୍ଡ ଚିକିତ୍ସାଳୟରେ ଜଣେ ବନବିଭାଗର ପାରା କର୍ମଚାରୀ ତପନ କୁମାର ନାଏକଙ୍କୁ ମାଡ୍‌ପିଟ୍‌ କରିଥିଲେ। ଚିକିତ୍ସାଳୟ ପରିସରରେ ବଣାଇଁ ପୋଲିସ ପହଞ୍ଚି ଘଟଣାକୁ ନିୟନ୍ତ୍ରଣ କରିଥିଲା। ଏବେ ସମସ୍ତ ଗ୍ରାମବାସୀ ବଣାଇଁ ବନଖଣ୍ଡ କାର୍ଯ୍ୟାଳୟକୁ ଯାଇ ଘେରାଉ କରିବା ଚେତାବନୀ ଦେଇଛନ୍ତି। ହାତୀ ଘଉଡ଼ାଇବା କ୍ଷେତ୍ରରେ ଗୋଟେ ବନାଞ୍ଚଳ ଓ ଅନ୍ୟ ବନାଞ୍ଚଳ ମଧ୍ୟରେ ସମନୟର ଅଭାବ ଯୋଗୁ ସାଧାରଣ ଜନତାଙ୍କ ଜୀବନ ବିପନ୍ନ ହେଉଥିବା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ଇତ୍ୟାଦି ଦାବି ନେଇ ଏହି ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri