ଆଖଡ଼ାଶାଳରେ ବିଧାୟକଙ୍କୁ ଜରିମାନା

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୩ରୁ ଆରମ୍ଭ ହେବ। ତେବେ ଅନ୍ୟବର୍ଷ ତୁଳନାରେ ଏଥର ଧନୁଯାତ୍ରା ଦୃଶ୍ୟାଭିନୟକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତ କଳାକାର ଏବେଠାରୁ ଲାଗି ପଡ଼ିଛନ୍ତି। ଏହି କ୍ରମରେ ବରଗଡ଼ ଗାନ୍ଧୀଛକ କଲ୍ୟାଣ ମଣ୍ଡପ ବର୍ତ୍ତମାନ ଧନୁଯାତ୍ରା କଳାକାରଙ୍କ ପାଇଁ ଆଖଡ଼ାଶାଳ ପାଲଟିଛି ଏବଂ ଏଠାରେ ମଥୁରାନଗରୀ କଳାକାରଙ୍କ ରିହର୍ସାଲ ଚାଲିଛି। ଶୁକ୍ରବାର କଳାକାରଙ୍କ ଏହି ଆଖଡ଼ାଶାଳ ପରିଦର୍ଶନ ପାଇଁ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଆସିଥିଲେ। ବାଗ୍‌ଦେବୀଙ୍କ ପୂଜାର୍ଚ୍ଚନା ପରେ ସେ କଳାକାରଙ୍କ ରିହର୍ସାଲ ଦେଖିଥିଲେ। ତେବେ ରିହର୍ସାଲ ଚାଲିଥିବାବେଳେ କଂସ ଅଭିନେତା ଭୁବନେଶ୍ୱର ପ୍ରଧାନ ବିଧାୟକ ଷଡ଼ଙ୍ଗୀଙ୍କୁ ତାଙ୍କ ସମ୍ମୁଖରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ। ହାଜର ହେବା ପରେ କଂସ ଅଭିନେତା ବିଧାୟକଙ୍କୁ ତାଙ୍କ ନିର୍ବାଚନ ମଣ୍ଡଳୀ ଖବର ଜଣାଇବାକୁ ନିର୍ଦ୍ଦେଶ ଦେଇଥିଲେ। ବିଧାୟକ ଷଡ଼ଙ୍ଗୀ ନିଜ ନିର୍ବାଚନ ମଣ୍ଡଳୀର ଖବର ଦେବା ସହିତ ଆସନ୍ତା ଧନୁଯାତ୍ରା ଦେଖି ଆସିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀମଣ୍ଡଳର ଅନ୍ୟ ମନ୍ତ୍ରୀମାନେ ପର୍ଯ୍ୟାୟକ୍ରମେ ମଥୁରାନଗରୀକୁ ଆସିବେ ବୋଲି କହିଥିଲେ। କଂସ ମହାରାଜ ଏଥିରେ ବିମୋହିତ ହୋଇଥିଲେ କିନ୍ତୁ ଏଭଳି ଏକ ଭଲ ଖବର ଦେବାରେ ବିଳମ୍ବ କରିଥିବା ଯୋଗୁ ବିଧାୟକ ଷଡ଼ଙ୍ଗୀଙ୍କୁ ୫ଲକ୍ଷ ସ୍ବର୍ଣ୍ଣମୁଦ୍ରାରେ ଦଣ୍ଡିତ କରିଥିଲେ। ଏହା କଳାକାରଙ୍କ ରିହର୍ସାଲ ଥିଲେ ସୁଦ୍ଧା ଏହି ଦୃଶ୍ୟାଭିନୟରୁ ଆସନ୍ତା ଧନୁଯାତ୍ରା ମହୋତ୍ସବ କିଭଳି ଆକର୍ଷଣୀୟ ହେବ ତାହା ଆପେ ବାରି ହୋଇ ପଡ଼ିଥିଲା ବୋଲି ସ୍ଥାନୀୟ ଲୋକେ କହିଥିଲେ। ଏହି ଦୃଶ୍ୟାଭିନୟ ସମୟରେ ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ୱର ଶତପଥୀ, ଧନୁଯାତ୍ରା କଳାକାର ଉପଦେଷ୍ଟା ସମନ୍ବୟ ସମିତିର ସହ ଆବାହକ ଅଶୋକ ବେହେରା ଏବଂ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri