ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ ୧୩ଜଣ ମାଓବାଦୀ ରବିବାର ଗିରଫ ହୋଇଛନ୍ତି।

ସୂଚନାଯୋଗ୍ୟ, ବିଜାପୁର ଜିଲା ବାସାଗୁଡ଼ା ଥାନା ସାରକେଗୁଡ଼ା ଓ ରାଜପେଣ୍ଟାକୁ ଯିବା ରାସ୍ତାରେ କେତେକ ବ୍ୟକ୍ତି ପୋଲିସକୁ ଦେଖି ସେଠାରୁ ଫେରାର ହେବାକୁ ଚେଷ୍ଟା କରୁଥିବା ସମୟରେ ପୋଲିସ ଓ ଯବାନ ସେମାନଙ୍କୁ ଗିରଫ କରିଥିଲେ। ସେମାନେ ହେଲେ ନାଗେଶ, ମାସା ହେମଲା, ସନୁ ଓୟାମ ଓ ଲେମାମ ଛୋଟ୍ରା ବୋଲି ପରିଚୟ ଦେଇଥିଲେ । ଏହି ଚାରିଜଣଙ୍କ ନିକଟରୁ କୁକର ବୋମା, ଟିଫିନ ବୋମା, କୋଡେକ୍ସ ତାର, ବ୍ୟାଟେରି, ଔଷଧ ଓ ମାଓବାଦୀ ପୁସ୍ତକ ଜବତ କରାଯାଇଛି। ସେହିପରି ନେମେଡ଼ ଥାନା ଅଞ୍ଚଳ ମୁସାଲୁର ନିକଟ ଜଙ୍ଗଲରୁ ୪ଜଣ ମାଓବାଦୀ ଗିରଫ ହୋଇଛନ୍ତି। ସେମାନେ ହେଲେ ଶଙ୍କର ପୁନେମ, ବଦରୁ ଅବଲମ୍‌, ସୋନୁ ପୋୟାମ ଓ କମଲୁ ହେମଲା।

ସେହିପରି ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ୪ ଲକ୍ଷ ପୁରସ୍କାର ଘୋଷିତ ୫ଜଣ ମାଓବାଦୀଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୨ ଲକ୍ଷ ପୁରସ୍କାର ଘୋଷିତ ମୁଚାକି ହୁଙ୍ଗା, କବାସୀ ଗାଙ୍ଗୀ, ମାଡବି ହୁଙ୍ଗା, ପଡିୟମ୍‌ ଦେବା ଓ ମୁକେଶ ପଡିୟମ ରହିଛନ୍ତି। ଗିରଫ ମାଓବାଦୀମାନେ ଚିନ୍ତାଗୁଫା ଅଞ୍ଚଳର ବିଭିନ୍ନ ଘଟଣାରେ ଜଡିତ ଥିବା ବେଳେ ତାଙ୍କ ନଁାରେ ସୁକ୍‌ମା ଜିଲା ଅନ୍ତର୍ଗତ ବିଭିନ୍ନ ଥାନାରେ ମାମଲା ରହିଥିବା ପୋଲିସ ସୂତ୍ରରୁ ଜଣାପଡିଛି। ଗିରଫ ୧୩ ଜଣଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri