ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର ଅମିତ ବାଘ ଓ ନବରଙ୍ଗପୁର ସହର ଗାନ୍ଧୀନଗର ସାହିର  ତ୍ରିଲୋଚନ ଯାନୀ।
ସୂଚନାନୁଯାୟୀ, ତ୍ରିଲୋଚନ ସହର ଉପକଣ୍ଠ କୋରାପୁଟ ଜିଲାର  ଆଉଁଳିସ୍ଥିତ ଏକ ଢ଼ାବାରେ କାମ କରନ୍ତି। ତ୍ରିଲୋଚନ ନିଜ ସ୍କୁଟି (ଓଡି-୨୪ବି ୬୩୮୩)ରେ  ଘରକୁ ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ  ଅମିତ   ବାଇକ୍‌ (ଓଡି-୨୪ଏ-୯୨୮୨)ରେ ବଡ଼ଡାଇଭଟ୍ଟାକୁ  ଯାଉଥିଲେ। ଉଭୟଙ୍କ ଗାଡ଼ି ଗ୍ଲେଜ ହୋଟେଲ  ଆଗରେ ମୁହାଁମୁହିଁ ହୋଇଥିଲା।   ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଯାଇଥିଲା।  ଖବରପାଇ  ପୋଲିସ  ସେଠାରେ ପହଞ୍ଚି ଉଭୟଙ୍କ  ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ କରାଇ ପରିବାର ଲୋକାଙ୍କୁ ହସ୍ତାନ୍ତର କରିଛି। ଏନେଇ ନବରଙ୍ଗପୁର ଥାନାରେ ୫୨୫/୨୪ ରେ ଏକ ମାମଲା ରୁଜୁ ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri