ଜିକେ ଭଟ୍ଟର ହସ୍‌ପିଟାଲରେ ଭଙ୍ଗାରୁଜା ଘଟଣା: ବସିଲା ଶାନ୍ତି କମିଟି ବୈଠକ

ଜଳେଶ୍ୱର, ୨୫ା୮-ଜଳେଶ୍ୱର ଜିକେଭଟ୍ଟର ହସପିଟାଲରେ ହୋଇଥିବା ଭଙ୍ଗାରୁଜା ଘଟଣାକୁ ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଆବାହକତ୍ୱରେ ଶନିବାର ଜଳେଶ୍ୱର ବ୍ଲକ ସମ୍ମିଳନୀ କକ୍ଷରେ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ର, ଉପଜିଲାପାଳ ନିଲୁ ମହାପାତ୍ର, ଜିଲା ମୁଖ୍ୟଚିକିତ୍ସାଧିକାରୀ ଡା. କମଳାକାନ୍ତ ନାୟକ, ଜଳେଶ୍ୱର ଏସ୍‌ଡିପିଓ ସୁଦର୍ଶନ ଦାସ, ଜଳେଶ୍ୱର ବ୍ଲକ ଅଧ୍ୟକ୍ଷା ସବିତା ଦଳାଇ ଯୋଗଦେଇ ହସପିଟାଲର ସୁରକ୍ଷା ତଥା ସ୍ବାସ୍ଥ୍ୟସେବା କିପରି ଭଲ ଭାବରେ ହୋଇପାରିବ ସେ ବିଷୟରେ ଆଲୋଚନା କରିଥିଲେ। ଏହି ଆଲୋଚନାରେ ଜଳେଶ୍ୱରର ବିଭିନ୍ନ ବୁଦ୍ଧିଜୀବୀ, ଆଇନ୍‌ଜୀବୀ, ଖବରଦାତା, ନିର୍ବାଚିତ ପ୍ରତିନିଧି ଓ ପ୍ରଶାସନିକ ଅଧିକାରୀମାନେ ଯୋଗଦେଇ ମତାମତ ରଖିଥିଲେ।
ଜିଲାପାଳ ସମସ୍ତ ଆଲୋଚନା ଶୁଣି ଏହାର ସ୍ଥାୟୀ ସମାଧାନ ନିମନ୍ତେ ଜିଲା ମୁଖ୍ୟଚିକିତ୍ସାଧିକାରୀଙ୍କୁ ଜିକେ ଭଟ୍ଟର ହସପିଟାଲରେ ଖାଲିଥିବା ଡାକ୍ତର ପଦବୀ ପୂରଣ, ରୋଗୀ କଲ୍ୟାଣ ସମିତିର ପୁର୍ନଗଠନ, ଶବ ବ୍ୟବଚ୍ଛେଦ ପାଇଁ ସୁଇପର ନିଯୁକ୍ତି କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅଧିକ ଶୌଚାଳୟ ନିର୍ମାଣ ପାଇଁ ଜଳେଶ୍ୱର ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ ହସ୍‌ପିଟାଲରେ ବାରମ୍ବାର ଗଣ୍ଡଗୋଳ ହେଉଥିବାରୁ ସୁରକ୍ଷା ପାଇଁ ସେଠାରେ ପୋଲିସ ବ୍ୟବସ୍ଥା କରିବା ପାଇଁ ଜଳେଶ୍ୱର ଏସ୍‌ଡିପିଓଙ୍କୁ କହିଥିଲେ। ସେହିପରି ଜଳେଶ୍ୱର ଜନସାଧାରଣଙ୍କୁ ସରକାରୀ ସମ୍ପତ୍ତିର ସୂରକ୍ଷା ପାଇଁ ଯନତ୍ବାନ ହେବା ସଙ୍ଗେ ସଙ୍ଗେ ଆଇନ୍‌କୁ ସମ୍ମାନ ଦେବା ପାଇଁ ଅନୁରୋଧ କରିଥିଲେ। ଏହି ଆଲୋଚନାରେ ବ୍ଲକ ଉପାଧ୍ୟକ୍ଷ ବ୍ରଜମୋହନ ପ୍ରଧାନ, କମଳ ଚକ୍ରବର୍ତ୍ତୀ, ସତ୍ୟସୁନ୍ଦର ଦାସ, ସୁଦର୍ଶନ ଦାସ, ସିତାଂଶୁ ସେନାପତି, ଅରୁଣ ବେଜ, କୁଞ୍ଜ ବିହାରୀ ଦାସ, ଦିଲ୍ଲୀପ ଗିରି, ମଧୁସୂଦନ ସେନାପତି, ରାଧାଶ୍ୟାମ ସାହୁ, ସଞ୍ଜୟ ମହାନ୍ତି, ସେକ ଅବଦୁଲ ରହିମ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିବାବେଳେ ଜଳେଶ୍ୱର ବିଡିଓ ନିତ୍ୟାନନ୍ଦ ସାହୁ, ତହସିଲଦାର ଅଭିମନ୍ୟୁ ପଣ୍ଡା, ହସ୍‌ପିଟାଲର ମୁଖ୍ୟ ଚିକିତ୍ସକ ଦିଲୀପ ପାତ୍ର ଓ ମ୍ୟୁନିସିପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ପାଣି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri