କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ପରଜଙ୍ଗ ଥାନା ଡିହଡୋଳ ଗ୍ରାମର ଟୁକୁନ ସାହୁ (୩୨)। ଟୁକୁନ ରବିବାର ବିଳମ୍ବିତ ରାତିରେ ଘରୁ କେଉଁଆଡ଼େ ପଳାଇ ଯାଇଆଉ ଫେରି ନ ଥିଲେ। ରାତିରେ ପରିବାର ଲୋକେ ଖୋଜାଖୋଜି କରିଥିଲେ ସୁଦ୍ଧା ପାଇ ନ ଥିଲେ। ସୋମବାର ସକାଳୁ ତାଙ୍କ ମୃତଦେହ ଟ୍ରେନ୍‌ ଲାଇନରେ ପଡ଼ିଥିବା ନେଇ ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ତେବେ ଟୁକୁନଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ତେବେ ଟ୍ରେନ୍‌ରେ କଟି ତାଙ୍କର ଗଣ୍ଡିରୁ ମୁଣ୍ଡ ସମ୍ପୂର୍ଣ୍ଣ ଅଲଗା ହୋଇ ଯାଇଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ସୋମବାର ସକାଳ ପରଜଙ୍ଗ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ମଧ୍ୟାହ୍ନ ସୁଦ୍ଧା ବ୍ୟବଚ୍ଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି। ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri