ବନ୍ତ, ୨୫।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକର ୨ଟି ସେକ୍ସନ ସମେତ ଭଣ୍ଡାରିପୋଖରୀ ବ୍ଲକର ମଞ୍ଜୁରୀରୋଡ ଓ ହାଟଡିହୀ ବ୍ଲକର ଶାଳନିଅଁା ସେକ୍ସନରେ ଥିବା ୩୯ଟି ପାଣି ପଞ୍ଚାୟତରେ ଭୋଟର ତାଲିକା ସଂଶୋଧନ ଓ ନାମ ପଞ୍ଜୀକରଣ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଶାଳନିଅଁା ଜଳସେଚନ ବିଭାଗ ଉପନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧୀନରେ ଶାଳନିଅଁା ୧ ନମ୍ବର ସେକ୍ସନ, ବନ୍ତର ୨ ଓ ୩ ନମ୍ବର ସେକ୍ସନ ଏବଂ ମଞ୍ଜୁରୀରୋଡ ୪ ନମ୍ବର ସେକ୍ସନ ରହିଛି। ବନ୍ତର ୨ଟି ସେକ୍ସନରେ ୨୦ଟି ପାଣି ପଞ୍ଚାୟତ ଥିବାବେଳେ ମଞ୍ଜୁରୀରୋଡ ସେକ୍ସନରେ ୧୩ ଏବଂ ଶାଳନିଅଁା ସେକ୍ସନରେ ୬ଟି ପାଣି ପଞ୍ଚାୟତ କାର୍ଯ୍ୟ କରୁଛି। ଆସନ୍ତା ୨୬ ରୁ ୩୧ ତାରିଖ ପୂର୍ବାହ୍ନ ୧୦ଟା ୩୦ରୁ ଅପରାହ୍ନ ୧ ଟା ୩୦ ମଧ୍ୟରେ ସମସ୍ତ କୃଷକ ନିର୍ଦ୍ଧାରିତ ଫର୍ମରେ ଆବେଦନ କରିବା ସହ ଆବଶ୍ୟକ ଜମି କାଗଜପତ୍ର ଓ ଭୋଟର ପରିଚୟ ପତ୍ର ସମ୍ପୃକ୍ତ ସେକ୍ସନ ଅଫିସରେ ଦାଖଲ କରିବାକୁ ପରାମର୍ଶ ଦିଆଯାଇଛି। ଏ ନେଇ ଜଳସେଚନ ବିଭାଗ ପକ୍ଷରୁ ବିଡିଓ, ତହସିଲଦାର, ସମସ୍ତ ସରପଞ୍ଚ, ପାଣି ପଞ୍ଚାୟତ ସଭାପତିମାନଙ୍କୁ ଅବଗତ କରାଯାଇଥିବା ବେଳେ ଡାକବାଜି ଯନ୍ତ୍ର ସାହାଯ୍ୟରେ ସୂଚନା ଦିଆଯାଉଛି।
ପାଣି ପଞ୍ଚାୟତ ନିର୍ବାଚନ ପୂର୍ବରୁ କୃଷକମାନଙ୍କର ତାଲିକା ପ୍ରସ୍ତୁତ କରାଯିବ। ଜମି ଓ ଚାଷ କରୁଥିବା ସମସ୍ତ କୃଷକ ଏଥିରେ ସଭ୍ୟ ହୋଇପାରିବେ। ଗୋଟିଏ ଜମି ପ୍ଲଟରେ ଜଣେ ଭୋଟର ରହିପାରିବେ। ନିଜ କିମ୍ବା ବାପାଙ୍କ ନାମରେ ଥିବା ଜମିରେ ଭୋଟର ହୋଇପାରିବେ। ଜମି ବିକ୍ରି କରିଥିବା ଚାଷୀଙ୍କ ନାମକୁ ବାଦ୍ କରାଯାଇ ଜମି କିଣିଥିବା ଚାଷୀଙ୍କ ନାମ ପଞ୍ଜୀକରଣ କରାଯିବ ବୋଲି ବିଭାଗୀୟ ସୂତ୍ରରୁ ଜଣାଯାଇଛି।
ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…
ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...
ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍ଆଇ, ଚାକିରିରୁ ବିଦା ହେଲେ ପିଅନ
ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...
ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର
ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ...
ହାଇମାଷ୍ଟ ଲାଇଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ
ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍...
ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ
ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...
ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…
ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍
ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...
Archives


