ଲଘୁଚାପ ସକ୍ରିୟ: ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ା୧୨(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ବାହ୍ୟ ବଳୟ ପ୍ରଭାବରେ ଦକ୍ଷିଣ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲାରେ ବାଦଲ ଆଚ୍ଛାଦନରେ ବୃଦ୍ଧି ଘଟିଛି। ଆସନ୍ତା ୩ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା କାରଣରୁ ଧନଜୀବନ ପ୍ରଭାବିତ ହୋଇପାରେ ଓ ରାତି ତାପମାତ୍ରା ୨ରୁ ୪ଡିଗ୍ରୀ କମିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ଉତ୍ତର ଉପକୂଳ ଓଡ଼ିଶାର କେତେକାଂଶରେ ହାଲୁକା ବର୍ଷା ହେବ ଓ ୨୫ ତାରିଖ ବେଳକୁ ବର୍ଷା ପରିମାଣ ବଢ଼ିବ। ଏଥିପାଇଁ ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ କୋରାପୁଟ ଆଦି ୫ ଜିଲାରେ ବର୍ଷା ହେବାକୁ ଥିବାବେଳେ କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ବୌଦ୍ଧ, ଯାଜପୁର, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୨୬ ତାରିଖରେ ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ସମ୍ପୃକ୍ତ ୨ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ଆସନ୍ତା ୨ଦିନ କନ୍ଧମାଳ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ବରଗଡ଼ ଓ ସୋନପୁରରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri