ପ୍ରେମ କରି ଘରୁ ପଳାଇ ଥିଲେ,  ବିବାହ ପରେ ଏବେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରଥାନା ଏସ୍‌ ଗୋପାଳପୁର ଗ୍ରାମରେ ଜଣେ ନବବଧୂଙ୍କ ସନ୍ଦେହଜନକ ମତ୍ୟୁ ଘଟିଛି। ମୃତକ ଜଣକ ହେଲେ ବିକ୍ରମ ବରାଡଙ୍କ ସ୍ତ୍ରୀ ନିଶା ପ୍ରଧାନ। ନିଶାଙ୍କ ମା’କୁମାରୀ ପ୍ରଧାନଙ୍କ ଏତଲାକ୍ରମେ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଗୁରୁବାର ଥାନା ମାମଲା ନଂ.୫୮୫/୨୪ ଅନୁଯାୟୀ ମକଦ୍ଦମା ରୁଜୁ କରିଛନ୍ତି। ପୋଲିସ ଟିମ୍‌ ଆଡ଼ାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବିକ୍ରମଙ୍କ ମାମୁଁ ଘର ଗାଁ ଭୁଶୁଣ୍ଡା। ସେ ମାମୁଁ ଘର ଗାଁ କୁ ବୁଲି ଯାଉଥିବା ବେଳେ ନିଶାଙ୍କ ସହ ସାକ୍ଷାତ ହୋଇଥିଲା। ଉଭୟେ ପରସ୍ପରକୁ ଭଲ ପାଇ ଆସୁଥିଲେ। ପ୍ରାୟ ୧୧ ମାସ ପୂର୍ବେ ଉଭୟ ପ୍ରେମୀଯୁଗଳ ଫେରାର ହୋଇଯାଇଥିଲେ। କିଛିଦିନ ପରେ ଉଭୟେ ଗ୍ରାମକୁ ଫେରିବାପରେ ଉଭୟ ପକ୍ଷଙ୍କ ପରିବାର ଲୋକଙ୍କ ସହମତି ପରେ କୁଳପ୍ରଥା ଅନୁଯାୟୀ ବିବାହ କରିଥିଲେ। ବିବାହ ସମୟରେ ଶ୍ୱଶୁର ଘର ଲୋକଙ୍କ ଦାବି ପ୍ରକାରେ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। ବିବାହ ପରଠାରୁ ଅଧିକ ଯୌତୁକ ପାଇଁ ଶ୍ୱଶୁର ଘର ଲୋକେ ନିଶାଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ଦିଆଯାଉଥିଲା। ନିଶାଙ୍କୁ ବାପଘର ଲୋକେ ଘରକୁ ନେଇ ଆସିଥିଲେ। ପରେ ସ୍ବାମୀ ଓ ଶ୍ୱଶୁର ଘର ଲୋକେ ଗତ ଦୀପାବଳି ସମୟରେ ଘଟଣାର ସମାଧାନ କରି ନିଶାଙ୍କୁ ନେଇଥିଲେ। ବିକ୍ରମ ଗାଁରେ କିଛିଦିନ ରହିବା ପରେ କର୍ମକ୍ଷେତ୍ର ମୁମ୍ବାଇ ଚାଲିଯାଇଥିଲେ। ସ୍ବାମୀ ଚାଲିଗଲା ପରେ ନିଶାଙ୍କୁ ଶ୍ୱଶୁର ଘର ଲୋକେ ନିର୍ଯାତନା ଦେଉଥିବା ନେଇ ତାଙ୍କ ମାଆ କୁମାରୀଙ୍କୁ ଏକାଧିକ ଥର ଫୋନ ଯୋଗେ ଜଣାଇଥିଲେ। ବୁଧବାର ରାତିରେ ଶଶୁର ଘର ଲୋକେ ନିଶାଙ୍କୁ ମାଡ଼ ମାରିବା ସହ କୌଣସି କୀଟନାଶକ ଔଷଧ ପିଆଇ ଦେଇଥିଲେ। ପରେ ନିଶା ମାନସିକ ଭାରସାମ୍ୟ ହରାଇ ବିଷ ଖାଇଥିବା ନେଇ ବାପଘର ଲୋକଙ୍କୁ ଶଶୁର ଘର ଲୋକେ ଜେଣାଇଥିଲେ।
ତାଙ୍କୁ ଗୁରୁତର ଅବସ୍ଥାରେ ଆଡ଼ପଡ଼ା ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ନିଶାଙ୍କ ମୁଣ୍ଡ, ହାତ ଓ ଗୋଡ଼ ରେ କ୍ଷତଚିହ୍ନ ଥିବାରୁ ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ବାପା ମା’ ଓ ଭଉଣୀ ପୋଲିସ ନିକଟରେ ବୟାନ ଦେଇଥିବା ବେଳେ କୌଣସି କାରଣରୁ ନିଶା କୀଟନାଶକ ଖାଇ ଆତ୍ମହତ୍ୟା କରିଥିବା ଶଶୁର ଘର ଲୋକେ ପୋଲିସକୁ କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri