ହସିହସି ଏମିତି କହିଦେଲେ ନବୀନ, ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି ….

ଭୁବନେଶ୍ୱର, ୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅବିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ନେଇ ବିଜୁ ପ୍ରେମୀମାନେ ବିଜୁ ଜନତା ଦଳ ଗଠନ କରିଥିଲେ। ସେତେବେଳେ ବହୁ ଲୋକ କହିଥିଲେ ଏଥର ବିଜେଡି ଆଗକୁ ବଢିପାରିବ ନାହିଁ କି ସଫଳ ହେବ ନାହିଁ। ଆଉ ମୋତେ ମଧ୍ୟ କହିଥିଲେ ମୁଁ ରାଜନୀତି କରିପାରିବି ନାହିଁ। ହେଲେ ପରିଶ୍ରମ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଯୋଗୁ ବିଜେଡି ୫ ଥର ନିର୍ବାଚନ ଜିତି ଆପଣମାନଙ୍କ ସେବା କରିବାକୁ ସୁଯୋଗ ପାଇଛି।
ସମସ୍ତଙ୍କ ମନରେ ପ୍ରଶ୍ନ ଥିବ ବିଜେଡି କାହିଁକି ହାରିଲା? ଏହି ପ୍ରଶ୍ନର ଉତ୍ତର ଦେଇ ନବୀନ କହିଛନ୍ତି। ଆମେ ହାରିନାହୁଁ କି ଲୋକଙ୍କ ବିଶ୍ୱାସ ବି ହରାଇ ନାହୁଁ । ଭାଜପା ମିଛ ପ୍ରତିଶ୍ରୁତି ଦେଇ, ଲୋକଙ୍କୁ ଭୁଆଁ ବୁଲାଇ କ୍ଷମତାକୁ ଆସିଛି। ଏତେ ମିଛ କହି ମଧ୍ୟ ଭାଜପା ଆମଠୁ କମ ଭୋଟ ପାଇଛି । ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି, ଏମିତି କହି ଭାଜପା ଉପରେ ବର୍ଷିଛନ୍ତି ବିଜେଡି ସୁପ୍ରିମୋ।
ସେ ଆହୁରି କହିଛନ୍ତି, ଆମର ଭୁଲ ହେଲା, ଭାଜପା ମିଛକୁ ଆମେ ଠିକ ଭାବେ କାଉଣ୍ଟର କରିପାରିଲୁ ନାହିଁ । ଆଜି ଲୋକେ ଜାଣିଲେଣି ଭାଜପା ମିଛ କଥା କହି କ୍ଷମତା ଦଖଲ କରିଛି ।
ବର୍ତ୍ତମାନର ସରକାର ଲୋକଙ୍କୁ ବଡ ଉପହାର ଦେଇଛନ୍ତି । ତାହା ହେଉଛି ଦରଦାମ ବୃଦ୍ଧି । ଡାଲି, ଚାଉଳଠୁ ନେଇ, ତେଲ ଓ ପନିପରିବା ସବୁଥିରେ ଦର ବୃଦ୍ଧି ଘଟିଛି। ପ୍ରତି ପରିବାର ଆଜି କାନ୍ଦୁଛି । ଧାନ କିଣା ବିକା ନେଇ ଚାଷୀ କାନ୍ଦୁଛି । ମିଶନ ଶକ୍ତି ମା’ ମାନେ ଦୁଃଖରେ ଅଛନ୍ତି । କିନ୍ତୁ କୁମ୍ଭକର୍ଣ୍ଣ ନିଦରେ ଶୋଇଛି ଏ ସରକାର ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri