ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକ୍ରି ଲାଗି ପ୍ରସ୍ତୁତି

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର ଏୟାର ଇଣ୍ଡିଆର ୧୦୦ ପ୍ରତିଶତ ଅଂଶଧନ ବିକ୍ରି ଲାଗି ଜୋରଦାର ଉଦ୍ୟମ ଚଳାଇଛନ୍ତି। କମ୍ପାନୀର ଆର୍ଥିକ ସ୍ଥିତି ବେହାଲ ହୋଇଯାଇଥିବା ବେଳେ ତୈଳ କମ୍ପାନୀଙ୍କର ପ୍ରାୟ ୫ହଜାର କୋଟି ଟଙ୍କା ବାକି ରହିଛି। ଆସନ୍ତା ସପ୍ତାହରେ ବିକ୍ରି ସମ୍ପର୍କରେ ନୀତିଗତ ନିଷ୍ପତ୍ତି ନିଆଯିବ। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ପୁରୀ କହିଛନ୍ତି ଯେ, ମନ୍ତ୍ରିଗୋଷ୍ଠୀର ବୈଠକ ଆରମ୍ଭ ହେବା ପୂର୍ବରୁ ଏକ ଆଭ୍ୟନ୍ତରୀଣ ବୈଠକ ଅନୁଷ୍ଠିତ ହେବ। ଏହାପରେ ସରକାର ଏୟାର ଇଣ୍ଡିଆର ବିକ୍ରି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବେ। କମ୍ପାନୀ ଅଧ୍ୟକ୍ଷ ଅଶ୍ୱିନୀ ଲୋହାନୀ କହିଥିଲେ ଯେ, ଏୟାର ଇଣ୍ଡିଆକୁ ପ୍ରତି ମାସରେ କର୍ମଚାରୀଙ୍କ ଦରମା ବାବଦରେ ଅତି କମ୍‌ରେ ୩୦୦ କୋଟି ଟଙ୍କା ଦରକାର। କମ୍ପାନୀ ନିକଟରେ କେବଳ ଅକ୍ଟୋବର ପର୍ଯ୍ୟନ୍ତ ଦରମା ଅର୍ଥ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri