ଦକ୍ଷତା ଦେଖାଇଲେ କୁନି ବୈଜ୍ଞାନିକ

କାମାକ୍ଷାନଗର, ୨୫।୮(ଡି.ଏନ.ଏ.) – କାମାକ୍ଷାନଗର ସରସ୍ବତୀ ଶିଶୁମନ୍ଦିରରେ ଶନିବାର ସଙ୍କୁଳସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୯ ଶିକ୍ଷାନୁଷ୍ଠାନର ୧୩୯ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ମୋଟ ୨୫ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଶକ୍ତି ସଂରକ୍ଷଣ, ବାୟୁ ପ୍ରଦୂଷଣ, ନୂତନ ପ୍ରୟୋଗ, ଖାଦ୍ୟ ଶୃଙ୍ଖଳ, ଗଣିତ ପ୍ରଶ୍ନ ମଞ୍ଚ, ସଂସ୍କୃତ ଜ୍ଞାନ ଆଦି ବିଷୟରେ କୁନି ବୈଜ୍ଞାନିକମାନେ ପ୍ରକଳ୍ପ ପ୍ରସ୍ତୁତ କରି ନିଜର ଦକ୍ଷତାର ପରିଚୟ ଦେଇଥିଲେ।
କାମାକ୍ଷାନଗର ଏନ୍‌ଏସି ନିର୍ବାହୀ ଅଧିକାରୀ ଇଂ. ବିରଜା ପ୍ରସାଦ ରଥ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବଟକୃଷ୍ଣ ଦାସ, ପରିଚାଳନା କମିଟି ସଭାପତି ସଞ୍ଜୀବ ମିଶ୍ର, ସମ୍ପାଦକ ପ୍ରଫୁଲ୍ଲ କୁମାର ସାହୁ, ଉପସଭାପତି ବିଜୟ କୁମାର ସେନାପତି ଯୋଗଦେଇ କୃତୀ ପ୍ରତିଯୋଗୀଙ୍କୁ ପ୍ରମାଣପତ୍ର ଦେଇ ପୁରସ୍କୃତ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ତଥା ସଙ୍କୁଳ ପ୍ରମୁଖ ଗୌରଚନ୍ଦ୍ର ନନ୍ଦଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଜ୍ଞାନ ଶିକ୍ଷକ ଧ୍ରୁବ ଚରଣ ସୁନ୍ଦରାୟ, ସୌଭାଗ୍ୟ ନନ୍ଦ, ପ୍ରବୋଧ ମହାପାତ୍ର, ମହେଶ୍ୱର ବେହେରା, ତପନ ଶତପଥୀ, ବିନୋଦ ସାହୁ, ପ୍ରସନ୍ନ ବିଶ୍ବାଳ ବିଚାରକ ଭାବେ ଯୋଗଦେଇଥିଲେ। ସହ ପ୍ରଧାନ ଆଚାର୍ଯ୍ୟ ଦୁଷ୍ମନ୍ତ କୁମାର ସାହୁ, ନିରୀକ୍ଷକ ନିର୍ମଳ ସେନାପତି, ବିଜ୍ଞାନ ପ୍ରମୁଖ କାମାକ୍ଷା ପ୍ରସାଦ ସାହୁ, ବିପିନ ସାହୁ, ରମାକାନ୍ତ ସାହୁ, ସୁଚିତ୍ରା ଓଝା, ଅମିନ ରାଉଳ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri