Posted inଜାତୀୟ

୧୧ ବନ୍ୟାକ୍ଳିଷ୍ଟ ରାଜ୍ୟର ସ୍ଥିତି ଅନୁଧ୍ୟାନ କରିବ କେନ୍ଦ୍ରୀୟ ଟିମ୍‌

ନୂଆଦିଲ୍ଲୀ, ୨୫ା୮(ପି.ଟି.): ଦେଶର ବିଭିନ୍ନ ରାଜ୍ୟରେ ବନ୍ୟା ବିତ୍ପାତ ଦେଖାଦେବା ପରେ ଏହାର ସ୍ଥିତି ଅନୁଧ୍ୟାନ କରିବା ଲାଗି ଏକ କେନ୍ଦ୍ରୀୟ ଟିମ୍‌ ୧୧ ରାଜ୍ୟ ଗସ୍ତ କରିବେ। ଏହି କେନ୍ଦ୍ରୀୟ ଟିମ୍‌ରେ ସ୍ବରାଷ୍ଟ୍ର, ଅର୍ଥ, କୃଷି, ଓ ଶକ୍ତି ମନ୍ତ୍ରଣାଳୟର ପ୍ରତିନିଧୀମାନେ ରହିବେ। ଏହି ଟିମ୍‌ ପ୍ରପୀଡ଼ିତ ଅଞ୍ଚଳର କ୍ଷୟକ୍ଷତି, ରିଲିଫ କାର୍ଯ୍ୟର ତଦାରଖ କରିବେ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏଭ ବିବୃତିରେ କୁହାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ପ୍ରକାଶଙ୍କ ନେତୃତ୍ୱରେ ଶନିବାର କର୍ନାଟକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ କେନ୍ଦ୍ରୀୟ ଟିମ୍‌ ଆସାମ, ମେଘାଳୟ, ତ୍ରିପୁରା, ବିହାର, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ଗୁଜରାଟ, ରାଜସ୍ଥାନ, ମହାରାଷ୍ଟ୍ର ଓ କେରଳ ବନ୍ୟାକ୍ଲିଷ୍ଟ ଅଞ୍ଚଳ ପରିଦର୍ଶନ କରିବେ। ଏହି ରାଜ୍ୟଗୁଡ଼ିକ ବନ୍ୟା କ୍ଷୟକ୍ଷତି ରିପୋର୍ଟ ଦେବା ପରେ ପୁଣି ଥରେ କେନ୍ଦ୍ରୀୟ ଟିମ୍‌ ଉକ୍ତ ରାଜ୍ୟଗୁଡ଼ିକୁ ଯିବ। ଏହି ଟିମ୍‌ରେ ସଡ଼କ, ପରିବହନ, ଗ୍ରାମୀଣ ବିକାଶ, କୃଷି, ଅର୍ଥ, ସ୍ବରାଷ୍ଟ୍ର, ଜଳଶକ୍ତି ମନ୍ତ୍ରଣାଳୟର ଅଧିକାରୀମାନେ ରହିବେ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବାବେଳେ କ୍ଷୟକ୍ଷତି ଭରଣା ପରେ ପୁନଃବିକାଶ କାର୍ଯ୍ୟ ହାତକୁ ନିଆଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ

ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି।...

ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ

ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି...

ଉତ୍ତରାଖଣ୍ଡ ଜଙ୍ଗଲ ନିଆଁ ମାମଲା ପହଞ୍ଚିଲା ସୁପ୍ରିମକୋର୍ଟ, ସିଜେଆଇ କହିଲେ ଇମଲେ କର

ନୂଆଦିଲ୍ଲୀ,୨୯।୪: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ଅପରେସନ ଚାଲିଛି। ସେପଟେ ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ସୁପ୍ରିମକୋର୍ଟରେ ଏକ ପିଟିସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri