ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ ପରେ ଦୀର୍ଘ ସାଢ଼େ ୬ ଦଶନ୍ଧି ଧରି ଦେଶର ଆର୍ଥତ୍କ ସ୍ଥିତିକୁ ପରଖିବା ସହ ଅର୍ଥନୀତି କ୍ଷେତ୍ରରେ ବିପୁଳ ସଂସ୍କାର ଆଣିବାରେ ମନମୋହନଙ୍କ ଅବଦାନ ଥିଲା ଅତୁଳନୀୟ। ମିଷ୍ଟଭାଷୀ ଓ ନମ୍ର ସ୍ବଭାବର ମନମୋହନ ଏକାଧାରରେ ଥିଲେ ପ୍ରଶାସକ, ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌ ଓ ରାଜନେତା। ରାଜନୀତି ପ୍ରତି ଆରମ୍ଭରୁ ବିଶେଷ ଆଗ୍ରହୀ ନ ଥିବା ଏହି ବ୍ୟକ୍ତିତ୍ୱ ଜୀବନରେ ପ୍ରତ୍ୟକ୍ଷ ନିର୍ବାଚନ ଲଢ଼ି ନ ଥିଲେ ମଧ୍ୟ ୨ ଥର ଦେଶର ସର୍ବୋଚ୍ଚ ଶାସନ ଭାର ସମ୍ଭାଳିବା ସହ ଉଦାରବାଦ ନୀତି ଆପଣାଇ ଦ୍ରୁତ ଆର୍ଥତ୍କ ଅଭିବୃଦ୍ଧି ଆଣିବାରେ ସଫଳ ହୋଇଥିଲେ। ସବୁ ଦଳର ନେତାଙ୍କ ସହ ସୁସମ୍ପର୍କ ରକ୍ଷା କରିବା ରାଜନୀତିରେ ତାଙ୍କ ଆଦୃତି ଓ ଗ୍ରହଣୀୟତାର ପରିସରକୁ ବଢ଼ାଇଦେଇଥିଲା। ଏହି ମହାନ୍‌ ବ୍ୟକ୍ତିତ୍ୱଙ୍କ ଅବର୍ତ୍ତମାନରେ କେବଳ କଂଗ୍ରେସ ନୁହେଁ, ତାଙ୍କୁ ଝୁରୁଛି ସାରା ଦେଶ।
ମନମୋହନ ୧୯୫୮ରେ ଗୁରଶରନ କୌରଙ୍କୁ ବିବାହ କରିଥିଲେ। ତାଙ୍କର ୩ ଝିଅ ଉପିନ୍ଦର ସିଂ, ଦାମନ ସିଂ ଏବଂ ଅମ୍ରିତ ସିଂ। ତାଙ୍କ ଝିଅ ଦାମନ ଓଡ଼ିଶାର ବୋହୂ। ସେ ଆଇପିଏସ୍‌ ଅଫିସର ଅଶୋକ ପଟ୍ଟନାୟକଙ୍କୁ ବିବାହ କରିଛନ୍ତି। ଅଶୋକଙ୍କ ଘର କଟକରେ ହୋଇଥିବାବେଳେ ତାଙ୍କ ପରିବାର ଭୁବନେଶ୍ୱରର ଖାରବେଳନଗରରେ ରହୁଛନ୍ତି। ମନମୋହନଙ୍କ ପରିବାର ସଦସ୍ୟ ବହୁତ ସମୟରେ ଝିଅ ଘରକୁ ଆସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri